ରାସ୍ତା ପାର୍‌ ହେଉଥିବାବେଳେ ବିରାଟକାୟ ଅଜଗର ଉପରେ ମାଡିଗଲା ଗାଡି, ତା’ପରେ…

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ନିୟନ୍ତ୍ରିତ ବଜାର କମିଟି କପାମଣ୍ଡି କାର୍ଯ୍ୟାଳୟ ସମ୍ମୁଖ ମୁଖ୍ୟରାସ୍ତା କଡରୁ ଗୁରୁବାର ଏକ ୧୩ ଫୁଟିଆ ମୃତ ଅଜଗରକୁ ଫରେଷ୍ଟର ସନ୍ତୋଷ ବିଷୋୟୀରତ୍ନ ଜବତ କରିଛନ୍ତି। ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର କପାମଣ୍ଡି ନିକଟ ମୁଖ୍ୟରାସ୍ତାରେ ଅଜଗରଟି ରାସ୍ତାପାର୍‌ ହେଉଥିବା ବେଳେ କୌଣସି ଗାଡ଼ି ମାଡିଯିବାରୁ ଘଟଣାସ୍ଥଳରେ ତା’ର ମୃତ୍ୟୁ ଘଟିଛି। ଗାଡ଼ି ଚାଳକ ସାପଟିକୁ ରାସ୍ତାକଡକୁ ଫୋପାଡି ଦେଇ ଚାଲିଯାଇଥିଲେ। ରାସ୍ତାରେ ଯିବା ଆସିବା କରୁଥିବା କିଛି ବ୍ୟକ୍ତି ବିରାଟକାୟ ସାପଟିକୁ ଦେଖି ଦିଗପହଣ୍ଡି ବନବିଭାଗକୁ ଖବର ଦେଇଥିଲେ। ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ସ୍ନେକ ହେଲ୍ପ ଲାଇନ ସଦସ୍ୟ କାଳୁ ନାହାକଙ୍କ ଉପସ୍ଥିତିରେ ମୃତ ମାଈ ପ୍ରଜାତିର ସାପଟିକୁ ଉଦ୍ଧାର କରି ମାମଲା ରୁଜୁ କରାଯିବା ସହ ଦିଗପହଣ୍ଡି ପ୍ରାଣୀ ଚିକିତ୍ସାଳୟକୁ ନିଆଯାଇଛି। ବ୍ଲକ ପ୍ରାଣୀ ଚିକିତ୍ସାଧିକାରୀ ଡ଼ା. ମଧୁସ୍ମିତା ପଣ୍ଡା, ଡ଼ା. ସଂଗ୍ରାମ ସାହୁ, ଡ଼ା.ସୌମ୍ୟ ରଞ୍ଜନ ସାହୁଙ୍କ ନେତୃତ୍ୱରେ ମୃତ ସାପଟିକୁ ବ୍ୟବଚ୍ଛେଦ କରାଇବା ପରେ ନିକଟସ୍ଥ ଚାଙ୍ଗୁଡ଼ିଦେଇ ଜଙ୍ଗଲରେ ପୋତି ଦିଆଯାଇଥିବା ଜଣାପଡିଛି। ମୃତ ସାପଟିର ଗୋଲେଇ ୧୬ ସେଣ୍ଟି ମିଟର, ବୟସ ପ୍ରାୟ ୩ ବର୍ଷ ଏବଂ ମାଈ ପ୍ରଜାତିର ବୋଲି ବ୍ଲକ ପ୍ରାଣୀ ଚିକିତ୍ସାଧିକାରୀ କହିଛନ୍ତି। ରାସ୍ତାରେ ଚଳାଚଳ କରୁଥିବା ଗାଡ଼ିମଟର ଚାଳକମାନେ ରାସ୍ତାପାର୍‌ ହେଉଥିବା ବନ୍ୟପ୍ରାଣୀଙ୍କ ସୁରକ୍ଷା ପ୍ରତି ସତର୍କ ଦୃଷ୍ଟି ଦେବା ଆବଶ୍ୟକ। ଯଦି କୌଣସି ଗାଡ଼ି ଚାଳକ ଉଦ୍ଦେଶ୍ୟମୂଳକ ଭାବେ ଗାଡ଼ି ଧକ୍କା ଦେବେ ତା’ ହେଲେ ସେମାନଙ୍କ ବିରୋଧରେ ବନବିଭାଗ ପକ୍ଷରୁ ମାମଲା ରୁଜୁ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଫରେଷ୍ଟର କହିଛନ୍ତି।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri