Odisha Elections 2024

‘ମୋର କିଛି ହେଲେ ସ୍ବାମୀ ଓ ବିଧାୟକ ଦାୟୀ’

ଚାନ୍ଦବାଲି,୯ା୫(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ରାଜନୀତି ଘଡ଼ିକେ ଘୋଡ଼ା ଛୁଟୁଛି। ନିର୍ବାଚନ ପରିବେଶ ସରଗରମ ଥିବା ବେଳେ ଚାନ୍ଦବାଲିର ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷା ମାନସୀ ସାହୁଙ୍କର ଏକ ଭିଡିିଓ ଭାଇରାଲ ହେବା ଓ ବିଧାୟକ ବ୍ୟୋମକେଶ ରାୟଙ୍କ ଫେସ୍‌ବୁକ ପୋଷ୍ଟକୁ ନେଇ ହଟଚମଟ ସୃଷ୍ଟି ହୋଇଛି। ତାଙ୍କର କିଛି ହେଲେ ସ୍ବାମୀ ଓ ବିଧାୟକ ଦାୟୀ ରହିବେ ବୋଲି ମାନସୀ କହୁଥିବା ଉକ୍ତ ଭିଡିଓରୁ ଜଣାପଡ଼ିଛି।

ମାନସୀ କହିଛନ୍ତି ଯେ, ସେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଯଦି ତାଙ୍କର କିଛି ହୋଇଯାଏ ତେବେ ସେଥିପାଇଁ ଚାନ୍ଦବାଲି ବିଧାୟକ ଏବଂ ସ୍ବାମୀ ରଞ୍ଜନ ସାହୁ ଦାୟୀ ରହିବେ। ଅନ୍ୟପକ୍ଷେ ଚାନ୍ଦବାଲି ବ୍ଲକ୍‌ ଧାମରା ଅଞ୍ଚଳରେ ୪ ଯୁବନେତା ବିଜେଡି ଛାଡି ବୁଧବାର ଭାଜପାରେ ଯୋଗ ଦେଇଛନ୍ତି। ତେବେ ବିଧାୟକ ରାୟ ନିଜର ଫେସବୁକ୍‌ ପୋଷ୍ଟରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ଚାନ୍ଦବାଲି ବ୍ଲକ୍‌ ୨ନଂ. ଜୋନ୍‌ର ଜିଲା ପରିଷଦ ସଦସ୍ୟା ତଥା ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷା ମାନସୀଙ୍କ ସ୍ବାମୀ ରଞ୍ଜନ ସାହୁଙ୍କ ଫଟୋ ଛାଡ଼ିଥିବା ନେଇ ରାଜନୀତି ସରଗରମ ହେବାରେ ଲାଗିଛି। କିଛିଦିନ ହେବ ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷା ମାନସୀ ଓ ତାଙ୍କ ସ୍ବାମୀ ରଞ୍ଜନ ଭାଜପାରେ ଯୋଗ ଦେବେ ବୋଲି ଚର୍ଚ୍ଚା ଜୋର ଧରିଥିଲା। ଏହା ପରେ ରଞ୍ଜନ ଘରୁ ପଳାଇଯାଇଥିବା ବେଳେ ଏବେ ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟରେ ପ୍ରଣବଙ୍କ ସହ ତାଙ୍କ ସ୍ବାମୀଙ୍କ ଫଟୋ ରହିଥିବା ଦେଖିବା ପରେ ମନସୀ ଏଭଳି ପ୍ରତିକ୍ରିୟା ରଖିଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିଟିଲାଗଡ଼ରେ ଇଭିଏମ୍‌ ଅଚଳ, ମତଦାନ ବିଳମ୍ବ

ଟିଟିଲାଗଡ଼,୨୦ା୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ର ୧୯୧ ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ହେବାରୁ ମତଦାନରେ ବିଳମ୍ବ ହୋଇଛି। ୭ଟାରେ ବୁଥ୍‌ ଖୋଲିବା ପରେ ଭୋଟରମାନେ ଲମ୍ବା...

ପୁରୀରେ ରୋଡ୍‌ ଶୋ’ କଲେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍‌...

Video: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦେଖନ୍ତୁ ଭିଡିଓ

ପୁରୀ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ପୁରୀରେ ରୋଡ୍‌ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ବାଇଶି...

ଗଛରେ ପିଟିହେଲା ନଡ଼ିଆ ବୋଝେଇ ଟ୍ରକ୍‌: ଡ୍ରାଇଭରଙ୍କ ଜୀବନ ଗଲା, ହେଲପର ଗୁରୁତର

ପଟାଙ୍ଗି,୨୦ା୫(ଶରତ ଧଳ): ଭାରସାମ୍ୟ ହରାଇ ଏକ ନଡ଼ିଆ ବୋଝେଇ ମିନି ଟ୍ରକ୍‌ ଗଛରେ ପିଟି ହେବାରୁ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ତାଙ୍କ ବାମ ଗୋଡ଼...

ଦାରିଙ୍ଗବାଡ଼ିରେ ମତଦାନ ଆରମ୍ଭ: ଭୋଟ୍‌ ଦେଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଦାରିଙ୍ଗବାଡ଼ି,୨୦ା୫(ଅରୁଣ ସାହୁ): ଗଣତନ୍ତ୍ରର ମହାନ ପର୍ବ ତଥା ସାଧାରଣ ନିର୍ବାଚନ ସକାଳ ୭ଟାରେ ଶାନ୍ତି ଶୃଙ୍ଖଳାର ସହ ଆରମ୍ଭ ହୋଇଯାଇଛି। ଏହି କ୍ରମରେ କନ୍ଧମାଳ ଜିଲା...

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି...

ବିଜେଡି-ଭାଜପା କର୍ମୀ ଗଣ୍ଡଗୋଳ: ୪ ଗିରଫ

ରାଉରକେଲା, ୧୯ା୫(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅନ୍ତର୍ଗତ ଗଙ୍ଗାଧରପାଲି ବସ୍ତି ଅଞ୍ଚଳରେ ହୋଇଥିବା ବିଜେଡି ଓ ଭାଜପା ଗଣ୍ଡଗୋଳ ମାମଲାରେ ରବିବାର ପୋଲିସ ୨ଟି ପୃଥକ...

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri