ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି।
ଏମ୍ଭି-୨୬ ଗାଁରେ ଘର, ଗାଡ଼ି ଭଙ୍ଗାରୁଜା ସହ ନିଆଁ ଲଗାଇ ଦେଇଛନ୍ତି। ପୋଲିସ ଉପସ୍ଥିତ ସତ୍ତ୍ବେ ପୁରୁଷ, ମହିଳା ଏକାଠି ହୋଇ ଭଙ୍ଗାରୁଜା କରିଛନ୍ତି। କାଲି ପୋଡ଼ାଜଳା ପରେ ଭିନ୍ନ ଭିନ୍ନ ସ୍ଥାନରେ ଉଭୟ ଗୋଷ୍ଠୀ ଏକତ୍ରିତ ହୋଇଛନ୍ତି। ଖେଲଗୁଡ଼ାରେ ପାରମ୍ପାରିକ ଅସ୍ତଶସ୍ତ୍ର ଧରି ଏକାଠି ହେଲେ ଗୋଟିଏ ଗୋଷ୍ଠୀ । ମାଲକାନଗିରି ସହରରେ ଅନ୍ୟ ଏକ ଗୋଷ୍ଠୀର ବହୁ ସଂଖ୍ୟାରେ ମେଳି ବାନ୍ଧିଛନ୍ତି।