ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌ କାନ୍ଥ ଭୁଶୁଡ଼ି ପଡ଼ିବାରୁ ଚାପି ହୋଇ ଆଈ ଓ ନାତିଙ୍କର ମୃତ୍ୟୁ ଘଟିଥିବା ବେଳେ ନାତୁଣୀ ଗୁରୁତର ହୋଇଛନ୍ତି।

ସୂଚନା ଅନୁସାରେ, ରବିବାର ରାତିରେ ସ୍ବର୍ଗତଃ ନରେନ୍ଦ୍ର ଜେନାଙ୍କ ସ୍ତ୍ରୀ ରାଧିକା ଜେନା (୬୫) ଏବଂ ନାତି ଜ୍ୟୋତିପ୍ରକାଶ ସ୍ବାଇଁ (୧୭)ପରିବାରର ସଦସ୍ୟମାନେ ନିଜ ଘରେ ଶୋଇଥିଲେ। ଲଘୁଚାପ ଜନିତ ବର୍ଷା ଯୋଗୁ ମାଟି କାନ୍ଥ ଦୁର୍ବଳ ହୋଇଯିବା କାରଣରୁ କାନ୍ଥଟି ଭୁଶୁଡ଼ି ଶୋଇଥିବା ଲୋକଙ୍କ ଉପରେ ପଡ଼ିଥିଲା। କାନ୍ଥ ତଳେ ଚାପି ହୋଇ ଘଟଣାସ୍ଥଳରେ ହିଁ ଆଈ ରାଧିକା (୬୦) ଏବଂ ନାତି ଜ୍ୟୋତିପ୍ରକାଶ (୧୭)ଙ୍କୀ ଜୀବନ ଚାଲିଯାଇଥିଲା। କାନ୍ଥ ଭୁଶୁଡ଼ିବା ଶବ୍ଦ ଶୁଣି ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ମାଟି ଅଳିଆ ତଳୁ ଆହତ ନାତୁଣୀ ସ୍ମୃତିରେଖାଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କର ଚିକିତ୍ସା ଚାଲିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ୪ ଘଣ୍ଟା ପରେ ମହାପ୍ରଭୁ…

ପୁରୀ,୧୭ା୮(ଅଜିତ୍‌ କୁମାର ମହାନ୍ତି): ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି…

ଏଇ ଭାରତରେ

ଭାରତରେ ମଧ୍ୟାହ୍ନଭୋଜନର ପୌଷ୍ଟିକ ଦିଗକୁ ନେଇ ବହୁସମୟରେ ପ୍ରଶ୍ନ ଉଠୁଛି। ଏଥିପାଇଁ ପ୍ରାୟ ସବୁ ସ୍କୁଲରେ ଶିକ୍ଷକମାନେ ଚିନ୍ତାରେ ପଡ଼ୁଛନ୍ତି। ହେଲେ ନାଗାଲାଣ୍ଡ କୋହିମା ଜିଲାର ବିଶ୍ୱେମାର୍‌…

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

ସମ୍ବର ପରିବର୍ତ୍ତେ ଡାଲମା

ଅଗଷ୍ଟ ୧୫ରେ ଭାରତ ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରିଛି। ପାରମ୍ପରିକ ଭାବେ ନୂଆଦିଲ୍ଲୀର ଐତିହାସିକ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସମ୍ବୋଧିତ କରିଛନ୍ତି।…

୧୩ ଲକ୍ଷ ଫଲୋଅର୍ସ ଥିବା TikTok ଷ୍ଟାରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ଇସଲାମାବାଦ,୧୭।୮: ପାକିସ୍ତାନର ଜଣେ ଲୋକପ୍ରିୟ ଟିକଟକ ଷ୍ଟାର ଶାମସୁ ବିବି (ଉରଫ ଆୟେଶା ଗିଲାମାନା)ଙ୍କୁ ତକ୍ଷଶିଳାରେ ଅଜ୍ଞାତ ବନ୍ଧୁକଧାରୀ ମୋଟରସାଇକେଲରେ ଆସି ଗୁଳି କରି ହତ୍ୟା କରିଛନ୍ତି।…

ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ

ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri