ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୭ା୯(ବ୍ୟୁରୋ): ଦୀର୍ଘ ୨୫ ବର୍ଷ ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କ ସେବାରେ ନିଜକୁ ନିୟୋଜିତ କରି ଆସିଛନ୍ତି। ସ୍ବଚ୍ଛ, ନିର୍ମଳ ଭାବମୂର୍ତ୍ତି ନବୀନଙ୍କୁ କେବଳ ରାଜ୍ୟ ନୁହେଁ, ଜାତୀୟ ରାଜନୀତିରେ ମଧ୍ୟ ଏକ ସ୍ବତନ୍ତ୍ର ପରିଚୟ ଦେଇଛି। ଦୀର୍ଘ ଉତ୍ସର୍ଗୀକୃତ ସେବା ପାଇଁ ନବୀନଙ୍କୁ ନୂଆଦିଲ୍ଲୀଠାରେ ଚଳିତମାସ ୪ ତାରିଖରେ କ୍ୟାପିଟାଲ ଫାଉଣ୍ଡେଶନ ଟ୍ରଷ୍ଟ ପକ୍ଷରୁ ଲାଇଫ୍‌ଟାଇମ ଆଚିଭମେଣ୍ଟ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଏହି ସମ୍ମାନରେ ସମ୍ମାନିତ ହେବା ପରେ ନବୀନ ମଙ୍ଗଳବାର ପୂର୍ବାହ୍ନ ୧୧ଟା ୨୫ ମିନିଟରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିଥିଲେ। ପାରମ୍ପରିକ ନୃତ୍ୟଗୀତ ତଥା ଢୋଲ ବାଜା ଓ ନୃତ୍ୟର ତାଳେ ତାଳେ ମୁଖ୍ୟମନ୍ତ୍ରୀଙ୍କୁ ଏକ ସ୍ବତନ୍ତ୍ର ହାଇଡ୍ରୋଲିକ୍‌ ବସ୍‌ରେ ନବୀନ ନିବାସ ଅଭିମୁଖେ ପାଛୋଟି ନିଆଯାଇଥିଲା। ମୁଖ୍ୟମନ୍ତ୍ରୀ ବସ୍‌ରେ ରହି ଲୋକମାନଙ୍କୁ ଧନ୍ୟବାଦ ଦେବା ସହ ଏହି ସମ୍ମାନକୁ ରାଜ୍ୟବାସୀଙ୍କୁ ଉତ୍ସର୍ଗ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ ପାଇଁ ପୂର୍ବରୁ ବିଜେଡି ପକ୍ଷରୁ ବିରାଟ ପ୍ରସ୍ତୁତି କରାଯାଇଥିଲା। ତୁହାକୁ ତୁହା ବର୍ଷା ସତ୍ତ୍ୱେ ବିଜେଡି କର୍ମୀ ଓ ନେତାଙ୍କ ମଧ୍ୟରେ ଉତ୍ସାହ କିଛି କମ୍‌ ନ ଥିଲା। ମୁଖ୍ୟମନ୍ତ୍ରୀଙ୍କ ଏକ ଝଲକ ପାଇବାକୁ ତଥା ତାଙ୍କୁ ସ୍ବାଗତ ଜଣାଇବା ନିମନ୍ତେ ବିମାନବନ୍ଦର ବାହାରେ ଅସମ୍ଭବ ଭିଡ଼ ପରିଲଖିତ ହୋଇଥିଲା। ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୫୦ ହଜାରରୁ ଅଧିକ ଲୋକଙ୍କ ସମାଗମ ହୋଇଥିଲା। ମନ୍ତ୍ରୀ, ବିଧାୟକ ଓ ନେତାମାନେ ନିଜ ନିଜ ସମର୍ଥକଙ୍କ ସହ ବିମାନବନ୍ଦରରେ ପୋଷ୍ଟର, ବ୍ୟାନର ଓ ଶଙ୍ଖ ଚିହ୍ନ ସହ ଉପସ୍ଥିତ ହୋଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଯେପରି ନଜର ପଡ଼ିବ ସେ ନେଇ ନେତା ଓ ମନ୍ତ୍ରୀମାନଙ୍କ ମଧ୍ୟରେ ବ୍ୟାନର ଓ ପୋଷ୍ଟର ପ୍ରତିଯୋଗିତା ହୋଇଥିଲା। ନବୀନ ଆମର ହିରୋ ଲେଖାଥିବା ବ୍ୟାନର ଧରି ସମର୍ଥକମାନେ ବିମାନବନ୍ଦରରୁ ନବୀନ ନିବାସ ଯାଏ ଛାଇ ଯାଇଥିଲେ।
ଏଥିସହିତ ଗୋଟିପୁଅ, ଯୋଡ଼ିଶଙ୍ଖ, ଢେମସା, ସମ୍ବଲପୁରୀ, ଘୁମୁରା ନୃତ୍ୟ ପରିବେଷଣରେ ବିମାନବନ୍ଦର ପରିସର ପ୍ରକମ୍ପିତ ହୋଇଥିଲା। ସ୍ବାଗତ ସମ୍ବର୍ଦ୍ଧନା ପାଇଁ ବିମାନବନ୍ଦରରୁ ନବୀନ ନିବାସ ଯାଏ ନବୀନଙ୍କ ବଡ଼ ବଡ଼ ହୋର୍ଡିଂ ଲଗାଯାଇଥିଲା। ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଲୋକଙ୍କୁ ରାଜଧାନୀକୁ ଆଣିବା ପାଇଁ ବିଧାୟକମାନଙ୍କ ଉପରେ ଦାୟିତ୍ୱ ନ୍ୟସ୍ତ ହୋଇଥିଲା। ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ବିଜେଡି କର୍ମୀମାନଙ୍କର ରାଜଧାନୀକୁ ଆଗମନ ଆରମ୍ଭ ହୋଇଥିଲା। ଦଳୀୟ ନେତାମାନେ ନିଜର ପୋଷ୍ଟର ଲଗାଇ କର୍ମୀଙ୍କ ଗହଣରେ ପୂର୍ବାହ୍ନ ୧୦ଟାରେ ବିମାନବନ୍ଦରରେ ପହଞ୍ଚିଥିଲେ। ୫୦ ହଜାର ଲୋକଙ୍କ ସମାଗମ ପାଇଁ ପୋଲିସ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। କମିଶନରେଟ ପୋଲିସ ପକ୍ଷରୁ ସଭାସ୍ଥଳୀ ସମେତ ବିମାନବନ୍ଦର ପାଖ ଅଞ୍ଚଳର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। ୨୦୧୮ରେ ନବୀନ ଆଦର୍ଶ ମୁଖ୍ୟମନ୍ତ୍ରୀ ସମ୍ମାନ ପାଇବା ପରେ ବିଜେଡି ପକ୍ଷରୁ ରାଲି କରି ଯେଉଁଭଳି ଶକ୍ତି ପ୍ରଦର୍ଶନ କରାଯାଇଥିଲା, ଏଥର ବି ଠିକ୍‌ ସେହି ସମାନ ଢଙ୍ଗରେ ଦଳ ପକ୍ଷରୁ ବିରାଟ ସମ୍ବର୍ଦ୍ଧନା ରାଲିର ଆୟୋଜନ କରାଯାଇଥିଲା। ଦଳର ଏହି ପ୍ରଦର୍ଶନ ଆସନ୍ତା ୨୦୨୪ ନିର୍ବାଚନ ସକାଶେ ଶକ୍ତି ପ୍ରଦର୍ଶନ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri