ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୭ା୯(ବ୍ୟୁରୋ): ଦୀର୍ଘ ୨୫ ବର୍ଷ ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କ ସେବାରେ ନିଜକୁ ନିୟୋଜିତ କରି ଆସିଛନ୍ତି। ସ୍ବଚ୍ଛ, ନିର୍ମଳ ଭାବମୂର୍ତ୍ତି ନବୀନଙ୍କୁ କେବଳ ରାଜ୍ୟ ନୁହେଁ, ଜାତୀୟ ରାଜନୀତିରେ ମଧ୍ୟ ଏକ ସ୍ବତନ୍ତ୍ର ପରିଚୟ ଦେଇଛି। ଦୀର୍ଘ ଉତ୍ସର୍ଗୀକୃତ ସେବା ପାଇଁ ନବୀନଙ୍କୁ ନୂଆଦିଲ୍ଲୀଠାରେ ଚଳିତମାସ ୪ ତାରିଖରେ କ୍ୟାପିଟାଲ ଫାଉଣ୍ଡେଶନ ଟ୍ରଷ୍ଟ ପକ୍ଷରୁ ଲାଇଫ୍‌ଟାଇମ ଆଚିଭମେଣ୍ଟ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଏହି ସମ୍ମାନରେ ସମ୍ମାନିତ ହେବା ପରେ ନବୀନ ମଙ୍ଗଳବାର ପୂର୍ବାହ୍ନ ୧୧ଟା ୨୫ ମିନିଟରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିଥିଲେ। ପାରମ୍ପରିକ ନୃତ୍ୟଗୀତ ତଥା ଢୋଲ ବାଜା ଓ ନୃତ୍ୟର ତାଳେ ତାଳେ ମୁଖ୍ୟମନ୍ତ୍ରୀଙ୍କୁ ଏକ ସ୍ବତନ୍ତ୍ର ହାଇଡ୍ରୋଲିକ୍‌ ବସ୍‌ରେ ନବୀନ ନିବାସ ଅଭିମୁଖେ ପାଛୋଟି ନିଆଯାଇଥିଲା। ମୁଖ୍ୟମନ୍ତ୍ରୀ ବସ୍‌ରେ ରହି ଲୋକମାନଙ୍କୁ ଧନ୍ୟବାଦ ଦେବା ସହ ଏହି ସମ୍ମାନକୁ ରାଜ୍ୟବାସୀଙ୍କୁ ଉତ୍ସର୍ଗ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ ପାଇଁ ପୂର୍ବରୁ ବିଜେଡି ପକ୍ଷରୁ ବିରାଟ ପ୍ରସ୍ତୁତି କରାଯାଇଥିଲା। ତୁହାକୁ ତୁହା ବର୍ଷା ସତ୍ତ୍ୱେ ବିଜେଡି କର୍ମୀ ଓ ନେତାଙ୍କ ମଧ୍ୟରେ ଉତ୍ସାହ କିଛି କମ୍‌ ନ ଥିଲା। ମୁଖ୍ୟମନ୍ତ୍ରୀଙ୍କ ଏକ ଝଲକ ପାଇବାକୁ ତଥା ତାଙ୍କୁ ସ୍ବାଗତ ଜଣାଇବା ନିମନ୍ତେ ବିମାନବନ୍ଦର ବାହାରେ ଅସମ୍ଭବ ଭିଡ଼ ପରିଲଖିତ ହୋଇଥିଲା। ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୫୦ ହଜାରରୁ ଅଧିକ ଲୋକଙ୍କ ସମାଗମ ହୋଇଥିଲା। ମନ୍ତ୍ରୀ, ବିଧାୟକ ଓ ନେତାମାନେ ନିଜ ନିଜ ସମର୍ଥକଙ୍କ ସହ ବିମାନବନ୍ଦରରେ ପୋଷ୍ଟର, ବ୍ୟାନର ଓ ଶଙ୍ଖ ଚିହ୍ନ ସହ ଉପସ୍ଥିତ ହୋଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଯେପରି ନଜର ପଡ଼ିବ ସେ ନେଇ ନେତା ଓ ମନ୍ତ୍ରୀମାନଙ୍କ ମଧ୍ୟରେ ବ୍ୟାନର ଓ ପୋଷ୍ଟର ପ୍ରତିଯୋଗିତା ହୋଇଥିଲା। ନବୀନ ଆମର ହିରୋ ଲେଖାଥିବା ବ୍ୟାନର ଧରି ସମର୍ଥକମାନେ ବିମାନବନ୍ଦରରୁ ନବୀନ ନିବାସ ଯାଏ ଛାଇ ଯାଇଥିଲେ।
ଏଥିସହିତ ଗୋଟିପୁଅ, ଯୋଡ଼ିଶଙ୍ଖ, ଢେମସା, ସମ୍ବଲପୁରୀ, ଘୁମୁରା ନୃତ୍ୟ ପରିବେଷଣରେ ବିମାନବନ୍ଦର ପରିସର ପ୍ରକମ୍ପିତ ହୋଇଥିଲା। ସ୍ବାଗତ ସମ୍ବର୍ଦ୍ଧନା ପାଇଁ ବିମାନବନ୍ଦରରୁ ନବୀନ ନିବାସ ଯାଏ ନବୀନଙ୍କ ବଡ଼ ବଡ଼ ହୋର୍ଡିଂ ଲଗାଯାଇଥିଲା। ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଲୋକଙ୍କୁ ରାଜଧାନୀକୁ ଆଣିବା ପାଇଁ ବିଧାୟକମାନଙ୍କ ଉପରେ ଦାୟିତ୍ୱ ନ୍ୟସ୍ତ ହୋଇଥିଲା। ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ବିଜେଡି କର୍ମୀମାନଙ୍କର ରାଜଧାନୀକୁ ଆଗମନ ଆରମ୍ଭ ହୋଇଥିଲା। ଦଳୀୟ ନେତାମାନେ ନିଜର ପୋଷ୍ଟର ଲଗାଇ କର୍ମୀଙ୍କ ଗହଣରେ ପୂର୍ବାହ୍ନ ୧୦ଟାରେ ବିମାନବନ୍ଦରରେ ପହଞ୍ଚିଥିଲେ। ୫୦ ହଜାର ଲୋକଙ୍କ ସମାଗମ ପାଇଁ ପୋଲିସ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। କମିଶନରେଟ ପୋଲିସ ପକ୍ଷରୁ ସଭାସ୍ଥଳୀ ସମେତ ବିମାନବନ୍ଦର ପାଖ ଅଞ୍ଚଳର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। ୨୦୧୮ରେ ନବୀନ ଆଦର୍ଶ ମୁଖ୍ୟମନ୍ତ୍ରୀ ସମ୍ମାନ ପାଇବା ପରେ ବିଜେଡି ପକ୍ଷରୁ ରାଲି କରି ଯେଉଁଭଳି ଶକ୍ତି ପ୍ରଦର୍ଶନ କରାଯାଇଥିଲା, ଏଥର ବି ଠିକ୍‌ ସେହି ସମାନ ଢଙ୍ଗରେ ଦଳ ପକ୍ଷରୁ ବିରାଟ ସମ୍ବର୍ଦ୍ଧନା ରାଲିର ଆୟୋଜନ କରାଯାଇଥିଲା। ଦଳର ଏହି ପ୍ରଦର୍ଶନ ଆସନ୍ତା ୨୦୨୪ ନିର୍ବାଚନ ସକାଶେ ଶକ୍ତି ପ୍ରଦର୍ଶନ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri