ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି।

ସୂଚନାନୁସାରେ, କେନ୍ଦ୍ର ସରକାରଙ୍କ ମେଗା ପାଇପ୍‌ ପ୍ରକଳ୍ପ ଅଧୀନରେ ପାନୀୟଜଳ ଯୋଗାଣ ପାଇଁ ଏହି ପାଇପ୍‌ଟି ବ୍ରିଜ୍‌ ଉପରେ ଦେଇ ନିଆଯାଇଥିଲା। ପାଇପ ଫାଟିଯିବାରୁ ପ୍ରାୟ ୩୦ ମିନିଟ୍‌ ଧରି ପାଣି ରାସ୍ତା ଉପରେ ବହିଥିବାରୁ ଯାତାୟାତରେ ବାଧା ସୃଷ୍ଟି ହୋଇଥିଲା। ବିକ୍ରମପୁର ନିକଟସ୍ଥ କତୁରୁ ଗ୍ରାମର ବାସିନ୍ଦା ନବୀନ ଘଟଣାସ୍ଥଳରେ ଉପସ୍ଥିତ ଥାଇ ଏହାର ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ସେୟାର କରିଥିବା ଜଣାପଡ଼ିଛି।

ନବୀନଙ୍କ କହିବା ଅନୁସାରେ, ସେ ପ୍ରାୟ ୩୦ ମିନିଟ ଧରି ସେଠାରେ ଅପେକ୍ଷା କରିଥିଲେ, କିନ୍ତୁ କୌଣସି ଅଧିକାରୀ କିମ୍ବା ବିଭାଗ ପକ୍ଷରୁ ତତ୍କାଳ କୌଣସି ବ୍ୟବସ୍ଥା ନେଉଯାଇ ନ ଥିଲା। ଏହା ସହିତ ଜଣେ ବ୍ୟକ୍ତି ରାସ୍ତା ଅତିକ୍ରମ କରିବା ସମୟରେ ପାଣିର ତୀବ୍ର ବେଗରେ ସ୍ଲିପ ହୋଇ ରାସ୍ତାରୁ ଦୂରକୁ ପଡ଼ିଥିବା କଥା ସେ ଉଲ୍ଲେଖ କରିଛନ୍ତି। ଏନେଇ ଗୁଣପୁର ଏକ୍‌ଜିକ୍ୟୁଟିଭ୍‌ ଅଫିସରଙ୍କୁ ଫୋନ ଯୋଗେ ସମ୍ପର୍କ କରାଯାଇଥିଲେ ମଧ୍ୟ ସେ କଲ୍‌ ରିସିଭ କରି ନ ଥିବାରୁ ସ୍ଥାନୀୟ ଲୋକମାନେ ଚିନ୍ତିତ ହୋଇପଡ଼ିଥିବା ଜଣାପଡ଼ିଛ। ଏହି ଘଟଣା ଦ୍ୱାରା ସ୍ଥାନୀୟ ଲୋକମାନେ ଭୟଭୀତ ହୋଇପଡ଼ିଥିବା ସହ ତୁରନ୍ତ ପଦକ୍ଷେପ ନେବାକୁ ସମ୍ପର୍କିତ ବିଭାଗଙ୍କୁ ଦାବି କରିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

କର୍କଟ ରାଶିରେ ସୃଷ୍ଟି ହେଲା ଦୁର୍ଲଭ ଚତୁର୍ଗ୍ରହ ଯୋଗ: ଏହି ୪ ରାଶିଙ୍କ ପାଇଁ ଖୋଲିଯିବ ଧନଲାଭର ନୂଆ ଦ୍ୱାର

ଆଜି ୧୧ ଅଗଷ୍ଟ, ୨୦୨୬ରେ ସାବନ ଶିବରାତ୍ରି ଅବସରରେ ଆକାଶରେ ଏକ ବିଶେଷ ଗ୍ରହ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ କର୍କଟ ରାଶିରେ ସୂର୍ଯ୍ୟ, ଗୁରୁ,…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri