କୁଢ଼କୁଢ଼ ଆବର୍ଜନାରେ ଭର୍ତ୍ତି ସାପ୍ତାହିକ ହାଟ

କୁତ୍ରା,୬।୭(ଦେବାଶିଷ ସାହୁ)ସୁନ୍ଦରଗଡ଼ ଜିଲା କୁତ୍ରା ୧୦ ନମ୍ବର ରାଜ୍ୟ ରାଜପଥକୁ ଥିବା ସାପ୍ତାହିକ ହାଟରେ କୁଢ଼କୁଢ଼ ଅଳିଆ ଆବର୍ଜନା ପଡ଼ି ରହିଛି। ସାମାନ୍ୟ ପବନ ହେଲେ ଅଳିଆ ଏଣେତେଣେ ଉଡ଼ିବା ସହିତ ଦୁର୍ଗନ୍ଧରେ ଫାଟି ପଡୁଛି ହାଟ ଅଞ୍ଚଳ। ଫଳରେ ସ୍ଥାନୀୟ ଦୋକାନୀ ଓ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଆବର୍ଜନା ଗଦା ହେବା ସହ ସେଠାରେ ପାଣି ଜମି ଏକ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି। ଏଥି ଯୋଗୁ ସ୍ଥାନୀୟ ଲୋକେ ଡେଙ୍ଗୁ, ହଇଜା ଭଳି ଅନେକ ମାରାତ୍ମକ ରୋଗରେ ଆକ୍ରାନ୍ତ ହେବା ସୁନିଶ୍ଚିତ। ବର୍ଷା ଦିନରେ ଏହାର ସମସ୍ୟା ଆହୁରି ଦ୍ୱିଗୁଣିତ ହୋଇଯାଉଛି। ରାସ୍ତାରେ ପାଣି ଜମି କାଦୁଅ ପଚ ପଚ ହେଉଛି। ଫଳରେ ଯିବା ଆସିବାରେ ଅସୁବିଧା ହେଉଛି। ବ୍ୟବସାୟୀଙ୍କ ଅଭିଯୋଗ ହେଉଛି, ଆମଠାରୁ ପ୍ରତି ହାଟ ପାଳିରେ ଟଙ୍କା ନିଆଯାଉଛି ଅଥଚ ଏସବୁ ସ୍ଥାନ ସଫା କରାଯାଉନାହିଁ। ପ୍ରତି ହାଟ ପାଳିରେ ଗୋଟିଏ ବୋତଲ ଫିନାଇଲ ପକାଇ ଦୋକାନ ଖୋଲୁଥିଲୁ କିନ୍ତୁ ଆଜି ଫିନାଇଲ କାମ ଦେଉନାହିଁ ବୋଲି ସେମାନେ କହିଛନ୍ତି। ଏଦିଗରେ ସ୍ଥାନୀୟ ପ୍ରଶାସନ ଓ କୁତ୍ରା ସରପଞ୍ଚ ଦୃଷ୍ଟି ଦେଇ ଶୀଘ୍ର ସଫା କରିବାକୁ ଦୋକାନୀ ତଥା ଜନସାଧାରଣ ନିବେଦନ କରିଛନ୍ତି। ଏଥିସହ ହାଟ ରାସ୍ତାକୁ କଂକ୍ରିଟ କରିବା ପାଇଁ ଦାବି ହେଉଛି। ପ୍ରକାଶ ଥାଉକି, ଉକ୍ତ ସାପ୍ତାହିକ ହାଟ ଆଗରୁ ଆର୍‌ଏମ୍‌ସି ସୁନ୍ଦରଗଡ଼ ଅଧୀନରେ ରହିଥିଲା। କିଛି ବର୍ଷ ହେବ ଏହା ପଞ୍ଚାୟତକୁ ହସ୍ତାନ୍ତର କରାଯାଇଛି। ଏହାକୁ ନେଇ ସ୍ଥାନୀୟ ସରପଞ୍ଚ ଭୁବନ କୁଜୁରଙ୍କୁ ପଚାରିବାରୁ, ବଜାର ନିଲାମ ପାଇଥିବା ଠିକାଦାରଙ୍କୁ ତାଗିଦ କରିବା ସହିତ ଯଥାଶୀଘ୍ର ଏହା ସଫା କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri