୨୦ ବର୍ଷର ସ୍ବପ୍ନ ପୂରଣ ହେଲା: କାଦଦୋରା ଗାଁରେ ନଳକୂପ ଖନନ ହେଲା

ପାପଡ଼ାହାଣ୍ଡି/ମଇଦଲପୁର,୧୫।୫(ଡି.ଏନ୍‌.ଏ.): ଗ୍ରାମ ବସତିର ୨୦ ବର୍ଷ ପରେ ଗ୍ରାମବାସୀଙ୍କ ସ୍ବପ୍ନ ସାକାର ହୋଇଛି। ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମଇଦଲପୁର ପଞ୍ଚାୟତ କାଦଦୋରା ଗ୍ରାମରେ ଶନିବାର ନଳକୂପ ଖୋଳାଯାଇଛି। ଜିଲା ପରିଷଦ ସଭ୍ୟା ଲିପିକା ମାଝି ଏବଂ ମଇଦଲପୁର ସରପଞ୍ଚଙ୍କ ଉଦ୍ୟମରେ ଗ୍ରାମରେ ନଳକୂପ ଖୋଳିବା ସମ୍ଭବ ହୋଇଛି। ଏହା ଦ୍ୱାରା ୧୬ ପରିବାର ଉପକୃତ ହେବେ। ସୂଚନାଯୋଗ୍ୟ, ପ୍ରାୟ ୨୦ ବର୍ଷ ହେଲା କାଦଦୋରା ଗ୍ରାମବାସୀ ପାନୀୟ ଜଳ ସଙ୍କଟ ଯୋଗୁ ବହୁ ସମସ୍ୟା ଭୋଗୁଥିଲେ। ଝରଣା ପାଣି ପିଇ ରୋଗରେ ପଡ଼ୁଥିଲେ। ବାରମ୍ବାର ପ୍ରଶାସନ, ନେତା ଓ ମନ୍ତ୍ରୀଙ୍କୁ ଜଣାଇଥିଲେ ମଧ୍ୟ ସୁଫଳ ମିଳି ନ ଥିଲା। ଏବେ ନୂତନ ସରପଞ୍ଚ ଚନ୍ଦ୍ରଧ୍ୱଜ ମାଝି କିଛି ଦିନ ତଳେ ଗାଁକୁ ଯାଇ ଟ୍ୟାଙ୍କର ଯୋଗେ ପାଣି ଯୋଗାଇ ଦେଇଥିଲେ। ଏଥିସହ ପ୍ରଶାସନର ସହାୟତାରେ ନଳକୂପ ଖନନ ନିମନ୍ତେ ପ୍ରୟାସ କରିଥିଲେ। ଗ୍ରାମବାସୀ ଏଥିପାଇଁ ସାଧୁବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri