ସ୍ବାମୀଙ୍କ ଉପରେ ଗରମ ପାଣି ଢାଳିଲେ ସ୍ତ୍ରୀ

ବିଞ୍ଝାରପୁର,୧୯ା୯(ଡି.ଏନ.ଏ.):ପାରିବାରିକ କଳହକୁ କେନ୍ଦ୍ରକରି ଶନିବାର ରାତିରେ ବିଞ୍ଝାରପୁର ଥାନା ଅଧୀନ ଶାସନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ସେକ୍‌ ଆଲ୍ଲାଉଦ୍ଦିନ(୪୮) ଶୋଇଥିବା ବେଳେ ସ୍ତ୍ରୀ
ତାଙ୍କ ଉପରେ ଗରମ ପାଣି ଢାଳି ରାଗ ସୁଝାଇଛନ୍ତି। ଫଳରେ ଆଲ୍ଲାଉଦ୍ଦିନ ଅର୍ଦ୍ଧଦଗ୍ଧ ହୋଇଛନ୍ତି। ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଥାନାରେ ଅଭିଯୋଗ ପରେ ପୋଲିସ ସମ୍ପୃକ୍ତା ମହିଳାଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।
ଅନ୍ୟପକ୍ଷରେ ସ୍ବାମୀ ଯନ୍ତ୍ରଣାରେ ଛଟପଟ ହେଉଥିବା ସମୟରେ ସମ୍ପୃକ୍ତା ମହିଳା ବାହାର ପଟୁ ଘର କବାଟ ବନ୍ଦକରି ଅନ୍ୟତ୍ର ଚାଲିଯାଇଥିଲେ। ଆଲ୍ଲାଉଦ୍ଦିନ ଜୀବନ ବିକଳରେ ଚିତ୍କାର କରିଥିଲେ ମଧ୍ୟ କେହି ତାଙ୍କୁ ଉଦ୍ଧାର କରି ନ ଥିଲେ। ତାଙ୍କ ଘର ନିଛାଟିଆ ସ୍ଥାନରେ ହୋଇଥିବାରୁ ଗ୍ରାମବାସୀ ବି ଏ ସଂକ୍ରାନ୍ତରେ ଜାଣିପାରି ନ ଥିଲେ। ରବିବାର ସକାଳେ ସେହି ରାସ୍ତାଦେଇ ଗ୍ରାମବାସୀ ଯାଉଥିବା ବେଳେ ଆଲ୍ଲାଉଦ୍ଦିନଙ୍କ ଚିତ୍କାର ଶୁଣି କବାଟ ଖୋଲି ତାଙ୍କୁ ଉଦ୍ଧାର କରିବା ସହ ଏକ ଯାଜପୁର ଜିଲା ମୁଖ୍ୟ ଡାକ୍ତରଖାନା ପଠାଇଥିଲେ। ଆଲ୍ଲାଉଦ୍ଦିନଙ୍କ ତରଫରୁ ତାଙ୍କ ସମ୍ପର୍କୀୟ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ କୌଣସି ମାମଲା ରୁଜୁ ହୋଇନାହିଁ। ଆଇଆଇସି ରଞ୍ଜିତ ମହାନ୍ତି ଘଟଣାର ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri