ବୋହୂଙ୍କ ମାଡ଼ରେ ଶାଶୁ-ଶ୍ୱଶୁରଙ୍କ ସହ ସ୍ବାମୀ…ଥାନାରେ ଏତଲା

ନୀଳଗିରି, ୧୯।୮(ପ୍ରଶାନ୍ତ ବିଶ୍ୱାଳ)-ବାଲେଶ୍ୱର ଜିଲା ନୀଳଗିରି ଥାନା କାଂଶ ପଞ୍ଚାୟତ କୁହ୍ଲାପାଳ ଗାଁରେ ପାରିବାରିକ କଳହରୁ ଜଣେ ମହିଳା ତାଙ୍କ ଶାଶୁ, ଶ୍ୱଶୁର ଓ ସ୍ବାମୀଙ୍କୁ ଆକ୍ରମଣ କରିଛନ୍ତି। ଆକ୍ରମଣରେ ୩ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ଶାଶୁଘର ପକ୍ଷରୁ ଆକ୍ରମଣରେ ବୋହୂଙ୍କ ସମେତ ତାଙ୍କ ପରିବାର ଲୋକେ ମଧ୍ୟ ଆହତ ହୋଇଥିବା ନେଇ ଥାନାରେ ଏତଲା ହୋଇଛି।

କୁହ୍ଲାପାଳ ଗାଁର ମହାଶିଷ ମହାପାତ୍ର ଝାଡ଼ଖଣ୍ଡ ଭାଲୁପାତଡ଼ା ଗାଁରେ ଜ୍ୟୋତ୍ସ୍ନା ମହାପାତ୍ରଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ମହାଶିଷ ଛତିଶଗଡ଼ ଜଗଲପୁର ଷ୍ଟେଶନରେ କାର୍ଯ୍ୟରତ ଥିଲେ। ବିବାହର ବର୍ଷକଠାରୁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ପାରିବାରିକ କଳହ ଆରମ୍ଭ ହୋଇଥିଲା। ଫଳରେ ୩ମାସ ହେବ ବୋହୂ ଜ୍ୟୋତ୍ସ୍ନା ତାଙ୍କ ବାପଘରକୁ ପଳାଇ ଯାଇଥିଲେ। ମଙ୍ଗଳବାର ଅପରାହ୍ନରେ ଜ୍ୟୋତ୍ସ୍ନା ଓ ତାଙ୍କ ବାପା, କକା, ମା’, ମାଉସୀ ଓ ଭାଉଜ ଘରେ ପହଞ୍ଚତ୍ ମହାଶିଷ ଏବଂ ତାଙ୍କ ମା’ ବାପାଙ୍କୁ ସ୍ତ୍ରୀ ପିଲାଙ୍କ କଥା ବୁଝୁ ନାହିଁ ବୋଲି କହିଥିଲେ। ଏହାକୁ ନେଇ ଉଭୟ ପରିବାର ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ପରେ ବୋହୂଙ୍କୁ ସ୍ବାମୀ, ଶ୍ୱଶୁର ଓ ଶାଶୁ ଘରୁ ତଡ଼ି ଦେବା ସହିତ ମାଡ଼ ମାରିଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ଜ୍ୟୋତ୍ସ୍ନାଙ୍କ ବାପଘର ଲୋକେ ମାଡ଼ ମାରିବାରୁ ମା’, ବାପା ଓ ପୁଅ ଆହତ ହୋଇଥିଲେ। ଏ ସମ୍ପର୍କରେ ମହାଶିଷ କହିଛନ୍ତି, ତାଙ୍କ ସରକାରୀ ଚାକିରି ହାତେଇବା ପାଇଁ ଶ୍ୱଶୁର ଘର ଲୋକ ଓ ସ୍ତ୍ରୀ ମୋତେ ମାରିବାକୁ ଚେଷ୍ଟା କରୁଛନ୍ତି ବୋଲି ଅଭିଯୋଗ କରିଛନ୍ତି। ଘଟଣାର ତଦନ୍ତ ଚାଲିଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri