ନଦୀରେ ଗର୍ଭବତୀଙ୍କୁ ବୋହିଲେ ମହିଳା

ରାୟଗଡ଼ା ଅଫିସ/ରାୟଗଡ଼ା(ସ୍ବ.ପ୍ର.)/ଟିକିରି(ଡି.ଏନ୍‌.ଏ.)୪।୪: ରାୟଗଡା ଜିଲାରେ ଜନନୀ ଯନ୍ତ୍ରଣା ଥମୁନାହିଁ। ରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଆସି ପାରିଲାନି। ତେଣୁ ଜଣେ ଗର୍ଭବତୀଙ୍କୁ ମହିଳାମାନେ ନଦୀରେ ବୋହି ଆମ୍ବୁଲାନ୍ସ ନିକଟକୁ ନେଇଛନ୍ତି। ସୋମବାର କାଶୀପୁର ବ୍ଲକ ଗୋରଖପୁର ପଞ୍ଚାୟତ ଅନ୍ତର୍ଗତ କାହ୍ନୁଗୁଡା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।
କାହ୍ନୁଗୁଡାର ସୁରନ୍ଦର ମାଝୀଙ୍କ ସ୍ତ୍ରୀ ଆରତିଙ୍କ ପ୍ରସବ ବେଦନା ହୋଇଥିଲା। ସେ ଯନ୍ତ୍ରଣାରେ ଛଟପଟ ହେଉଥିବା ବେଳେ ପରିବାର ଲୋକେ ଡାକ୍ତରଖାନା ନେବାକୁ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ଆମ୍ବୁଲାନ୍ସ ଆସିଥିଲେ ମଧ୍ୟ ପକ୍କା ରାସ୍ତା ନ ଥିବାରୁ କାହ୍ନୁଗୁଡ଼ାରେ ପହଞ୍ଚି ପାରି ନ ଥିଲା। ତେଣୁ ବାଧ୍ୟ ହୋଇ ପରିବାର ଲୋକଙ୍କ ସହାୟତାରେ ଗ୍ରାମର ୩ ଜଣ ମହିଳା ଆରତିଙ୍କୁ ହାତରେ ବୋହି ନଦୀ ପାର କରାଇ ଆରପଟେ ଥିବା ଆମ୍ବୁଲାନ୍ସ ନିକଟରେ ପହଞ୍ଚାଇଥିଲେ। ସେଠାରୁ ତୁରନ୍ତ ତାଙ୍କୁ କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିିଆଯାଇଥିଲା। ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ଆରତିଙ୍କୁ ରାୟଗଡା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଡାକ୍ତର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri