ଗାଁରେ ଦେଶୀ,ବିଦେଶୀ ମଦ ବିକ୍ରି ବନ୍ଦ କରିବାକୁ ନେଇ ମହିଳା କଲେ ଏମିତି କାମ, ଥାନାରେ ଦ୍ବାରସ୍ଥ ହୋଇ…

ଅମରପାଲି ,୧୫।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମ ପଞ୍ଚାୟତର ବଳିପାଲି ଗ୍ରାମରେ ବ୍ୟାପକ ମାତ୍ରାରେ ଦେଶୀ ଓ ବିଦେଶୀ ମଦ ବିକ୍ରି ହେଉଛି। ଏଣୁ ଏଥିରେ ଅତିଷ୍ଠ ହୋଇ ଗ୍ରାମର ମହିଳାମାନେ ଏକତ୍ରିତ ହୋଇ ମଦ ବିକ୍ରି ବନ୍ଦ ପାଇଁ ବୀରମହାରାଜପୁର ଥାନାର ଦ୍ବାରସ୍ଥ ହୋଇଛନ୍ତି। ଥାନାରେ ଥାନା ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଅଭିଯୋଗ ଅନୁସାରେ କେନଝିରିଆପାଲି ପଞ୍ଚାୟତର ବଳିପାଲି ସମେତ କଦଳୀପାଲି ଛକ, କେନଝିରିଆପାଲି, ଅମାତପାଲି ଛକ, ଖଇରମାଲ, ଜଟିଆପାଲି ଛକ, ଅଚଣ୍ଡା ଆଦି ଗ୍ରାମରେ ବ୍ୟାପକ ମାତ୍ରାରେ ଦେଶୀ ବିଦେଶୀ ମଦ ବିକ୍ରି ହେଉଛି। ମଦ ପିଇ ମଦ୍ୟପାମନେ ରାସ୍ତାରେ ଗଡୁଛନ୍ତି। ଉକ୍ତ ରାସ୍ତାଦେଇ ଛାତ୍ରୀ ଓ ମହିଳାମାନେ ଯିବା ଆସିବାବେଳେ ଆଶା ଆଶଙ୍କାରେ ଯାତାୟାତ କରୁଛନ୍ତି। ଏହା ସହିତ ବଳିପାଲି ଗ୍ରାମରେ ମଧ୍ୟ ବେଧଡକ ମଦ ବିକ୍ରି ହେଉଛି। ଅଭିଯୋଗ କଲେ ମଧ୍ୟ ଅବକାରୀ ବିଭାଗ କୌଣସି ପଦକ୍ଷେପ ନେଉ ନାହିଁ। ଅଭିଯୋଗ ପାଇଁ ବୀରମହାରାଜପୁର ଅବକାରୀ କାର୍ଯ୍ୟାଳୟକୁ ଗଲେ ଅଧିକାଂଶ ସମୟରେ କାର୍ଯ୍ୟଳୟରେ ତାଲା ପଡ଼ିଥିବା ଦେଖିବାକୁ ମିଳୁଛି। ମଦ ଯୋଗୁଁ ବଳିପାଲି ଗ୍ରାମରେ ଅନେକ ସମୟର ଗଣ୍ଡଗୋଳ ହେଉଛି। ମଦ ପିଇ ଅନେକ ବ୍ୟକ୍ତି ବିଭିନ୍ନ ରୋଗରେ ଅସମୟରେ ମୃତ୍ୟୁବରଣ କରୁଛନ୍ତି। ତେଣୁ ଗ୍ରାମର ମହିଳାମାନେ ସୋମବାର ଦିନ ଗ୍ରାମରେ ଏକ ସଭା କରିଥିଲେ। ଗ୍ରାମରେ ମଦ ବିକ୍ରି ବନ୍ଦ କରିବା ସହିତ ମଦ ପିଇ ଗାଳିଗୁଲଜ କଲେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତାବ କରାଗଲା। ମହିଳାଙ୍କ ବୈଠକର ନିଷ୍ପତ୍ତିକ୍ରମେ ବଳିପାଲି ଗ୍ରାମର ଶତାଧିକ ମହିଳା ବୀରମହାରାଜପୁର ଥାନାକୁ ଯାଇ ମଦ ବନ୍ଦ ପାଇଁ ଅଭିଯୋଗ କରିଛନ୍ତି। ଆଗକୁ ଯଦି ଗ୍ରାମରେ ମଦ ବନ୍ଦ କୌଣସି ପଦକ୍ଷେପ ନିଆ ନ ଯାଏ ଆନ୍ଦୋଲାନତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ମହିଳାମାନେ ପ୍ରକାଶ କରିଛନ୍ତି। ଏନେଇ ବୀରମହାରାଜପୁର ଅବକାରୀ ଏସଆଇ ଭାରତ ମିଶ୍ରଙ୍କୁ ପଚାରିବାରୁ ବଳିପାଲି ଗ୍ରାମରେ ବେଆଇନ ମଦ ବିକ୍ରି ହେଉଥିବା ଅଭିଯୋଗ ହୋଇନାହିଁ। ଯଦି ମଦ ବିକ୍ରି ହେଉଛି ଆମେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ବୋଲି ପ୍ରକାଶ କରିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri