KIIT ବିଶ୍ବବିଦ୍ୟାଳୟ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ

ଭୁବନେଶ୍ୱର,୧୫।୪: KIIT ବିଶ୍ବବିଦ୍ୟାଳୟ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ଉତ୍କଳ ହସ୍ପିଟାଲ ନିକଟରେ ମହିଳାଙ୍କୁ ବସ୍‌ ଧକ୍କାଦେଇଥିଲା। ଘଟଣାସ୍ଥଳରେ ଚାପାଉତ୍ତେଜନା ଦେଖାଦେଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଦୁର୍ଘଟଣା ଘଟାଇଥିବା ବିଶ୍ବବିଦ୍ୟାଳୟ ବସ୍‌ ଅଟକ ରଖାଯାଇଛି।
ପୂର୍ବରୁ କିଟ୍‌ରେ ଜଣେ ଛାତ୍ରୀ ଆତ୍ମହତ୍ୟା କରିଥିଲେ। ଜାହାକୁ ନେଇ ରାଜ୍ୟ ରାଜନୀତି ହଲଚଲ ହୋଇଯାଇଥିଲା। ସାରା ବିଶ୍ୱରେ ଓଡ଼ିଶାକୁ ନିନ୍ଦିତ ହେବାକୁ ପଡ଼ିଥିଲା।

 

KIITUniversity ରେ ପୁରୁଷବନ୍ଧୁଙ୍କ ନିର୍ଯାତନା ସହି ନ ପାରି ଜଣେ ନେପାଳୀ ଇଞ୍ଜିନିୟରିଂ ଛାତ୍ରୀ ଆତ୍ମହତ୍ୟା କରିଥିଲେ।

ତେବେ ଏହି ଘଟଣାକୁ କେନ୍ଦ୍ର କରି କ୍ୟାମ୍ପସ୍‌ ଅଶାନ୍ତ ହୋଇଥିବା ଘଟଣାକୁ ନେଇ ଦେଶବ୍ୟାପୀ ଉଦ୍‌ବେଗ ପ୍ରକାଶ ପାଇଥିଲା। ତେବେ ଅନ୍ୟପକ୍ଷରେ ଏହି ଘଟଣାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଚପାଇ ଦେବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଥିଲା। ପୁରୁଷବନ୍ଧୁଙ୍କ ବ୍ଲାକମେଲ୍‌ରୁ ପ୍ରକ୍ରିତି ଏଭଳି କରିବାକୁ ବାଧ୍ୟ ହୋଇଥିଲେ ବୋଲି ସହପାଠୀମାନେ ଦାବି କରିବା ସହ କଲେଜ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରି ଆନ୍ଦୋଳନକୁ ଓହ୍ଲାଇଥିଲେ। ଶତାଧିକ ନେପାଳୀ ଛାତ୍ରୀଛାତ୍ର ରବିବାର ରାତିରୁ ଆନ୍ଦୋଳନ କରିବା ସହ ସୋମବାର ସକାଳୁ ମଧ୍ୟ ବିଶ୍ୱବିଦ୍ୟାଳୟ ସାମ୍ନା ରାସ୍ତାକୁ ଅବରୋଧ କରି ବିକ୍ଷୋଭ କରିଥିଲେ।

 

ତେବେ ଏହି ଘଟଣାକୁ ନେଇ ନେପାଳୀ ଛାତ୍ରୀଛାତ୍ର ଓ କିଟ୍‌ କର୍ତ୍ତୃପକ୍ଷ ମୁହାଁମୁହିଁ ପରିସ୍ଥିତିର କେତେକ ଭିଡିଓ ଭାଇରାଲ ମଧ୍ୟ ହୋଇଥିଲା। ଛାତ୍ରୀଙ୍କୁ ଧମକ ସହ ହଷ୍ଟେଲରୁ ବଳପୂର୍ବକ ତଡୁଥିବା ଦେଖିବାକୁ ମିଳିଥିଲା। ଏଥିସହ ଛାତ୍ରଙ୍କୁ ସୁରକ୍ଷାକର୍ମୀ ମାଡ଼ ମାରୁଥିବା ମଧ୍ୟ ଭିଡିଓରୁ ଦେଖିବାକୁ ମିଳିଛି। ସେପଟେ କ୍ୟାମ୍ପସ୍‌ରେ ଅଧିକ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଏଡାଇବା ପାଇଁ ସବୁ ବର୍ଷର ନେପାଳୀ ଛାତ୍ରୀଛାତ୍ରଙ୍କ କ୍ଲାସ୍‌କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କଲେଜ କର୍ତ୍ତୃପକ୍ଷ ବନ୍ଦ କରି ‘ସାଇନ୍‌ ଏ ଡାଏ’ ଘୋଷଣା କରିଥିଲେ। ସେମାନଙ୍କୁ ନିଜ ଘରକୁ ଫେରିଯିବାକୁ କୁହାଯିବା ସହ ତୁରନ୍ତ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏପରିକି ପ୍ରାୟ ଶତାଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ବସ୍‌ ଯୋଗେ ବଳପୂର୍ବକ କଟକ ରେଳ ଷ୍ଟେଶନରେ ଛାଡ଼ି ଦିଆଯାଇଥିଲା।

ଏହାକୁ ନେଇ ନେପାଳୀ ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ଘରକୁ ଯିବା ପାଇଁ କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ବ୍ୟବସ୍ଥା କରା ନ ଯାଇ ତୁରନ୍ତ ଚାଲିଯିବାକୁ କୁହାଯିବାରୁ ଛାତ୍ରୀଛାତ୍ରମାନେ ଅକଳରେ ପଡ଼ିଥିଲେ। ପୋଲିସ ସୂଚନା ଅନୁଯାୟୀ, ଦୁଇବର୍ଷ ତଳେ ପ୍ରକ୍ରିତି ଓ ଆଦଭିକ୍‌ଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଏହାରି ଭିତରେ ପ୍ରକ୍ରିତିଙ୍କ କିଛି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଏବଂ ଭିଡିଓ ଉତ୍ତୋଳନ କରି ଆଦଭିକ୍‌ ମୋବାଇଲରେ ରଖିଥିଲେ। ଫଟୋ ଓ ଭିଡିଓ ଜରିଆରେ ସେ ପ୍ରକ୍ରିତିଙ୍କୁ ବ୍ଲାକମେଲ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏହି କାରଣରୁ ଉଭୟ କିଟ୍‌ ଇଣ୍ଟରନ୍ୟାଶନାଲ ରିଲେଶନ୍‌ ଅଫିସ (ଆଇଆର୍‌ଓ)ର ସାହାଯ୍ୟ ନେଇଥିବାବେଳେ ଦୁଇଥର ଏହି ସମସ୍ୟାର ଆପୋସ ସମାଧାନ ହୋଇଥିଲା। ହେଲେ କିଛିଦିନ ଯିବା ପରେ ଆଦଭିକ୍‌ ପୂର୍ବଭଳି ସମ୍ପର୍କ ରଖିବା ପାଇଁ ପୀଡିତାଙ୍କ ଉପରେ ଚାପ ପକାଇଥିଲେ। କିନ୍ତୁ ପ୍ରକ୍ରିତି ରାଜି ନ ହେବାରୁ ଆଦଭିକ୍‌ ତାଙ୍କୁ ପୁଣି ମାନସିକ ନିର୍ଯାତନା ଦେଇଥିଲେ।

ରବିବାର ସକାଳେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ପ୍ରକ୍ରିତି ଆତ୍ମହତ୍ୟା କରିଥିବା ନେଇ ସହପାଠୀମାନେ ଦେଖିବାକୁ ପାଇଥିଲେ। ତୁରନ୍ତ ସେମାନେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି କିମ୍‌ସ ହସ୍ପିଟାଲକୁ ସ୍ଥାନାନ୍ତର କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଏହି ଘଟଣାକୁ ନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଉଦ୍‌ବେଗ ପ୍ରକାଶ କରିବା ସହ ନେପାଳ ଦୂତାବାସ ଘଟଣାକୁ ନେଇ ଚିନ୍ତାପ୍ରକଟ କରିବା ସହ ଛାତ୍ରୀ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି। ତେବେ ଏହାପରେ ସାରେ କିଟ୍‌ ପକ୍ଷରୁ ନୋଟିସ୍‌ ଜାରି କରାଯାଇ ଛାତ୍ରୀଛାତ୍ରମାନଙ୍କୁ ଫେରିଆସିବାକୁ ଅପିଲ୍‌ କରାଯାଇଛି। ଯେଉଁମାନେ ଯାଇଛନ୍ତି କିମ୍ବା ଯିବାକୁ ବସିଛନ୍ତି, ସେମାନେ ଫେରିବାକୁ କୁହାଯାଇଛି। ତେବେ କ୍ୟାମ୍ପସରେ ସ୍ଥିତି ସ୍ବାଭାବିକ ରହିବ ବୋଲି ନୋଟିସ୍‌ରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?