ସ୍କୁଲ ବସ୍‌ ଧକ୍କାରେ ପୌରସଂସ୍ଥା ମହିଳା କର୍ମଚାରୀଙ୍କ ଜୀବନ ଗଲା

ଢେଙ୍କାନାଳ ଅଫିସ,୧୭ା୪: ଢେଙ୍କାନାଳ ସହର ଦେଉଳ ସାହି ରାମଦାସ ଛକଠାରେ ସୋମବାର ଡିପିଏସ୍‌ ସ୍କୁଲ ବସ୍‌ ଧକ୍କାରେ ସୌଭାଗ୍ୟଲକ୍ଷ୍ମୀ ଦଳେଇ(୨୬) ନାମକ ପୌରସଂସ୍ଥାର ଜଣେ ମହିଳା କର୍ମଚାରୀଙ୍କ ମୃତ୍ୟୁ ହୋଇଯାଇଛି। ମୃତ ସୌଭାଗ୍ୟଲକ୍ଷ୍ମୀଙ୍କ ଘର କଟକ ଜିଲା ଆଠଗଡ଼ ଥାନା ଅଞ୍ଚଳରେ। ସେ ଢେଙ୍କାନାଳ ପୌରାଞ୍ଚଳର ୮ ନମ୍ବର ଓ୍ବାର୍ଡରୁ ନିଜ କାର୍ଯ୍ୟ ସାରି ଫେରୁଥିବା ବେଳେ ଦେଉଳସାହି ରାମଦାସ ଛକଠାରେ ସ୍କୁଲ ବସ୍‌ ତାଙ୍କୁ ପଛ ପଟରୁ ଧକ୍କା ଦେଇଥିଲା। ଛାତ୍ରୀଛାତ୍ରଙ୍କୁ ନେଇ ବେପରୁଆ ଭାବେ ଦ୍ରୁତ ଗତିରେ ବସ୍‌ଟି ଆସୁଥିଲା। ଗୁରୁତର ଭାବେ ସୌଭାଗ୍ୟଲକ୍ଷ୍ମୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଟାଉନଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବସ୍‌କୁ ଜବତ କରିବା ସହ ତଦନ୍ତ ଜାରି ରଖିଛନ୍ତି। ମୃତ ସୌଭାଗ୍ୟଲକ୍ଷ୍ମୀ ପୌରସଂସ୍ଥାର ୮ ନମ୍ବର ମହିଷାପାଟ ଅଞ୍ଚଳରେ ଥିବା ମଳପଙ୍କ ପରିଚାଳନା କେନ୍ଦ୍ରରେ ସହାୟକ ଭାବେ ୭ ଦିନ ତଳେ ନିଯୁକ୍ତି ପାଇଥିଲେ। ଖବର ପାଇ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର, ଉପାଧକ୍ଷ ପ୍ରକାଶ ଚନ୍ଦ୍ର କୁଅଁର , ନିର୍ବାହୀ ଅଧିକାରୀ ତରୁଣ କୁମାର ମହାପାତ୍ର ଓ ଯନ୍ତ୍ରୀ ରଶ୍ମିତା ମିଶ୍ରଙ୍କ ସମେତ ପୌର କର୍ମଚାରୀ ଏବଂ କାଉନସିଲରମାନେ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

କାକୁଡିଗଡ଼ିଆ ସଡ଼କ ଉନ୍ନତିକରଣ କାମରେ ଅନିୟମିତତା ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ତିହିଡ଼ି, ୨୩।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଅଧୀନ କାକୁଡିଗଡ଼ିଆ ଅଞ୍ଚଳରେ ରାଜ୍ୟ ବିପର୍ଯ୍ୟୟ ପାଣ୍ଠି (ଏସ୍‌ଡିଏମ୍‌ଏଫ୍‌) ଅଧୀନରେ ଚାଲିଥିବା ସଡ଼କ ଉନ୍ନତିକରଣ କାମରେ ବ୍ୟାପକ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri