Posted inଜାତୀୟ

ଚଳନ୍ତା ବସ୍‌ରେ ସନ୍ତାନ ପ୍ରସବ କଲେ ମହିଳା, ଯାତ୍ରୀମାନେ କଲେ ସାହାଯ୍ୟ

ମୁମ୍ବାଇ,୨୫ା୧୦: କର୍ନାଟକର ଦେବଦୁର୍ଗରୁ ପୁଣେ ଯାଉଥିବା ଜଣେ ମହିଳା ଏକ ଚଳନ୍ତା ବସ୍‌ରେ ସନ୍ତାନ ପ୍ରସବ କରିଛନ୍ତି। ପ୍ରସବ ପରେ ମହିଳା ଏବଂ ତାଙ୍କ ନବଜାତକ ଶିଶୁକୁ ନୀରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଉଭୟ ମା’ ଏବଂ ଶିଶୁର ସ୍ବାସ୍ଥ୍ୟାବସ୍ଥା ଭଲ ଅଛି। ଏହି ଘଟଣାଟି ମହାରାଷ୍ଟ୍ରର ବାରାମତୀ ଜିଲାରେ ଘଟିଛି।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ, ୨୦ ବର୍ଷୀୟା ଜ୍ୟୋତି ସୋମନାଥ ଚୌହାନ ନାମକ ଜଣ ମହିଳା ପୁଣେରୁ ଭୋସରୀରେ ତାଙ୍କ ସ୍ବାମୀଙ୍କ ସହ ରୁହନ୍ତି। କିଛିଦିନ ପୂର୍ବରୁ ସେ କର୍ନାଟକର ମୁରାମପୁର ତାଣ୍ଡା ଗାଁରେ ନିଜ ବାପଘରକୁ ସନ୍ତାନ ପ୍ରସବ ପାଇଁ ଯାଇଥିଲେ। ସେଠାରେ ସ୍ବାସ୍ଥ୍ୟ ପରୀକ୍ଷା କରାଇବା ପରେ ଡାକ୍ତର ସିଜରିଆନ ପାଇଁ ପରାମର୍ଶ ଦେଇଥିଲେ। ଏଥିପାଇଁ ତାଙ୍କ ପିତା ପୁଣେ ନେବାକୁ ଚିନ୍ତା କରିଥିଲେ। ଶନିବାର ରାତିରେ କର୍ନାଟକ ନିଗମ ବସ୍‌ରେ ପିତାଙ୍କ ସହ ଜ୍ୟୋତି ପୁଣେ ଯାଉଥିଲେ। ଏହି ସମୟରେ ବାରାମତୀ ନିକଟରେ ଜ୍ୟୋତିଙ୍କ ପ୍ରସବ ବେଦନା ହୋଇଥିଲା। ଏହି ବସ୍‌ରେ ଯାତ୍ରା କରୁଥିବା ଅନ୍ୟ ମହିଳାମାନେ ଜ୍ୟୋତିଙ୍କର ପ୍ରସବ କରାଇଥିଲେ। ପରେ ବସ୍‌ ଚାଳକ ସରକାରୀ ଆମ୍ବୁଲାନ୍ସକୁ ଫୋନ୍‌ କରିବାରୁ ଆମ୍ବୁଲାନ୍ସ ପହଞ୍ଚି ମା-ପୁଅଙ୍କୁ ତୁରନ୍ତ ନୀରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କର ସ୍ବାସ୍ଥ୍ୟ ଯାଞ୍ଚ କରିଥିଲେ। ଉଭୟ ମା-ପୁଅ ସୁସ୍ଥ ଥିବା ଡାକ୍ତର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ଗାଁରେ ବୁଲିଲା ଦନ୍ତାହାତୀ

ହାଟଡିହୀ/ ବଉଳା, ୩୧।୧୨ (ଶୁଭକାନ୍ତ ନାୟକ /ଦୁର୍ଗା ପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଆମ୍ବୋ ଅଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆତଙ୍କ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri