Posted inଜାତୀୟ

ଚଳନ୍ତା ବସ୍‌ରେ ସନ୍ତାନ ପ୍ରସବ କଲେ ମହିଳା, ଯାତ୍ରୀମାନେ କଲେ ସାହାଯ୍ୟ

ମୁମ୍ବାଇ,୨୫ା୧୦: କର୍ନାଟକର ଦେବଦୁର୍ଗରୁ ପୁଣେ ଯାଉଥିବା ଜଣେ ମହିଳା ଏକ ଚଳନ୍ତା ବସ୍‌ରେ ସନ୍ତାନ ପ୍ରସବ କରିଛନ୍ତି। ପ୍ରସବ ପରେ ମହିଳା ଏବଂ ତାଙ୍କ ନବଜାତକ ଶିଶୁକୁ ନୀରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଉଭୟ ମା’ ଏବଂ ଶିଶୁର ସ୍ବାସ୍ଥ୍ୟାବସ୍ଥା ଭଲ ଅଛି। ଏହି ଘଟଣାଟି ମହାରାଷ୍ଟ୍ରର ବାରାମତୀ ଜିଲାରେ ଘଟିଛି।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ, ୨୦ ବର୍ଷୀୟା ଜ୍ୟୋତି ସୋମନାଥ ଚୌହାନ ନାମକ ଜଣ ମହିଳା ପୁଣେରୁ ଭୋସରୀରେ ତାଙ୍କ ସ୍ବାମୀଙ୍କ ସହ ରୁହନ୍ତି। କିଛିଦିନ ପୂର୍ବରୁ ସେ କର୍ନାଟକର ମୁରାମପୁର ତାଣ୍ଡା ଗାଁରେ ନିଜ ବାପଘରକୁ ସନ୍ତାନ ପ୍ରସବ ପାଇଁ ଯାଇଥିଲେ। ସେଠାରେ ସ୍ବାସ୍ଥ୍ୟ ପରୀକ୍ଷା କରାଇବା ପରେ ଡାକ୍ତର ସିଜରିଆନ ପାଇଁ ପରାମର୍ଶ ଦେଇଥିଲେ। ଏଥିପାଇଁ ତାଙ୍କ ପିତା ପୁଣେ ନେବାକୁ ଚିନ୍ତା କରିଥିଲେ। ଶନିବାର ରାତିରେ କର୍ନାଟକ ନିଗମ ବସ୍‌ରେ ପିତାଙ୍କ ସହ ଜ୍ୟୋତି ପୁଣେ ଯାଉଥିଲେ। ଏହି ସମୟରେ ବାରାମତୀ ନିକଟରେ ଜ୍ୟୋତିଙ୍କ ପ୍ରସବ ବେଦନା ହୋଇଥିଲା। ଏହି ବସ୍‌ରେ ଯାତ୍ରା କରୁଥିବା ଅନ୍ୟ ମହିଳାମାନେ ଜ୍ୟୋତିଙ୍କର ପ୍ରସବ କରାଇଥିଲେ। ପରେ ବସ୍‌ ଚାଳକ ସରକାରୀ ଆମ୍ବୁଲାନ୍ସକୁ ଫୋନ୍‌ କରିବାରୁ ଆମ୍ବୁଲାନ୍ସ ପହଞ୍ଚି ମା-ପୁଅଙ୍କୁ ତୁରନ୍ତ ନୀରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କର ସ୍ବାସ୍ଥ୍ୟ ଯାଞ୍ଚ କରିଥିଲେ। ଉଭୟ ମା-ପୁଅ ସୁସ୍ଥ ଥିବା ଡାକ୍ତର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri