ଗରା, ବାଲ୍‌ଟି ଧରି ରାସ୍ତାରେ ମହିଳା

ନୀଳଗିରି, ୧୬।୫(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଛତ୍ରପୁର ପଞ୍ଚାୟତର ୪ଟି ଗାଁରେ ପାନୀୟ ଜଳ ଯୋଗାଣରେ ଅବ୍ୟବସ୍ଥା ଦେଖାଦେଇଛି। ଏହାର ପ୍ରତିବାଦ କରି ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଶତାଧିକ ଗ୍ରାମବାସୀ ସେରଗଡ଼ରୁ ଉଦଳା ସଂଯୋଗ ହେଉଥିବା ୧୯ନଂ. ରାଜ୍ୟ ରାଜପଥ ଛତ୍ରପୁର ବଜାର ପାଖରେ ଗରା, ବାଲ୍‌ଟି ଧରି ଶାନ୍ତିପୂର୍ଣ୍ଣ ଭାବେ ରାସ୍ତା ଅବରୋଧ କରିଥିଲେ।
ଭଗାବନ୍ଧ, ଚତୁରୀପଡ଼ା, ସରୁଚମ୍ପା, ମାଙ୍କିଡ଼ିଆ ସାହି ଗାଁରେ ନଳକୂପ ଶୁଖିଯିବା ପରେ ପାଇପ ପାଣି ଉପରେ ଭରସା କରିଥିଲେ। ମାତ୍ର ପାଇପ ଫାଟିଯିବାରୁ ପାଣି ଯୋଗାଣରେ ଅବ୍ୟବସ୍ଥା ହେଉଥିଲା। ଏନେଇ ଅଞ୍ଚଳବାସୀ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ ବିଭାଗୀୟ ଅଧିକାରୀ କୌଣସି ପଦକ୍ଷେପ ନେଇ ନ ଥିଲେ। ଟ୍ୟାଙ୍କର ମାଧ୍ୟମରେ ପାଣି ମଧ୍ୟ ଯୋଗାଇ ଦିଆଗଲା ନାହିଁ। ପ୍ରତିବାଦ ସ୍ବରୂପ ଶତାଧିକ ଅଞ୍ଚଳବାସୀ ରାଜ୍ୟ ରାଜପଥର ଛତ୍ରପୁରଠାରେ ଅବରୋଧ କରିଥିଲେ। ଫଳରେ ଉଭୟ ପାର୍ଶ୍ୱରେ ବହୁ ଯାନବାହନ ଅଟକି ରହିଥିଲା। ଯାତାୟାତ ବାଧାପ୍ରାପ୍ତ ହୋଇଥିବା ବେଳେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଘଟଣାସ୍ଥଳରେ ବରହମପୁର ପୋଲିସ ଧାରଣାସ୍ଥଳରେ ପହଞ୍ଚିଥିଲା। ପରେ ବିଭାଗୀୟ ଅଧିକାରୀ ଫୋନ୍‌ ମାଧ୍ୟମରେ ଧାରଣାକାରୀଙ୍କ ସହ ଆଲୋଚନା କରିଥିଲେ। ଖୁବ୍‌ଶୀଘ୍ର ପ୍ରତିକାର ହେବା ସହିତ ଟ୍ୟାଙ୍କର ମାଧ୍ୟମରେ ପାଣି ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri