Posted inଜାତୀୟ

ମହିଳାଙ୍କୁ ମହାସଂଘ ମୁଖ୍ୟ କରାଯାଉ

ନୂଆଦିଲ୍ଲୀ,୮ା୬: ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ମୁଖ୍ୟ ପଦରେ ଜଣେ ମହିଳା ରହିବା ଉଚିତ ବୋଲି ବିଦାୟୀ ଅଧ୍ୟକ୍ଷ ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିବା କୁସ୍ତିଯୋଦ୍ଧାମାନେ ବୁଧବାର କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁରଙ୍କ ନିକଟରେ ଦାବି କରିଛନ୍ତି। ଅନୁରାଗ ମଙ୍ଗଳବାର ବିଳମ୍ବିତ ରାତିରେ କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ ଓ ସାକ୍ଷୀ ମଲିକଙ୍କୁ ଆଲୋଚନା ପାଇଁ ଡାକିଥିଲେ। ସେମାନେ ବୁଧବାର ପୂର୍ବାହ୍ନରେ ତାଙ୍କ ସରକାରୀ ବାସଭବନକୁ ଯାଇ ଆଲୋଚନା କରିଥିଲେ। ଏହା ଥିଲା ସରକାର ଓ କୁସ୍ତିଯୋଦ୍ଧାଙ୍କ ମଧ୍ୟରେ ୫ ଦିନ ଭିତରେ ଦ୍ୱିତୀୟ ବୈଠକ। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ମଧ୍ୟ ରେସଲରମାନେ ଶନିବାର ରାତିରେ ଭେଟି ଡବ୍ଲ୍ୟୁଏଫ୍‌ଆଇ ମୁଖ୍ୟ ତଥା ଭାଜପା ଏମ୍‌ପି ବ୍ରିଜ୍‌ଭୂଷଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ।
ଅନୁରାଗଙ୍କ ବାସଭବନରେ ଆଲୋଚନାବେଳେ ସେମାନେ ୫ ଦଫା ଦାବି ଉପସ୍ଥାପନ କରିଥିଲେ। ସେଗୁଡ଼ିକ ହେଲା ଡବ୍ଲ୍ୟୁଏଫ୍‌ଆଇର ଅବାଧ ଓ ନିରପେକ୍ଷ ନିର୍ବାଚନ କରାଯାଉ। ଡବ୍ଲ୍ୟୁଏଫ୍‌ଆଇ ମୁଖ୍ୟ ପଦରେ ଜଣେ ମହିଳାଙ୍କୁ ନିଯୁକ୍ତି ଦିଆଯାଉ। ମହାସଂଘର କୌଣସି ପଦପଦବୀରେ ବ୍ରିଜ୍‌ଭୂଷଣଙ୍କ ପରିବାର ସଦସ୍ୟଙ୍କୁ ସ୍ଥାନ ଦିଆ ନ ଯାଉ। ସେହିପରି ଗତ ୨୮ରେ ନୂଆ ସଂସଦ ଭବନ ଉଦ୍‌ଘାଟନ ବେଳେ ବିକ୍ଷୋଭ ଶୋଭାଯାତ୍ରାରେ ଯାଉଥିବା ସମୟରେ ସେମାନଙ୍କ ବିରୋଧରେ ରୁଜୁ ହୋଇଥିବା ସମସ୍ତ ମାମଲା ପ୍ରତ୍ୟାହାର କରାଯାଉ। ଏଥିସହ ବ୍ରିଜ୍‌ଭୂଷଣ ତୁରନ୍ତ ଇସ୍ତଫା ଦିଅନ୍ତୁ ବୋଲି ରେସ୍‌ଲରମାନେ ଦାବି ଦୋହରାଇଛନ୍ତି। ତେବେ ଭିନେଶ ଫୋଗଟ୍‌ ହରିୟାଣାସ୍ଥିତ ନିଜ ଗ୍ରାମ ବଲାଲିରେ ପୂର୍ବ ନିର୍ଦ୍ଧାରିତ ଖାପ୍‌ ପଞ୍ଚାୟତ ବୈଠକରେ ସାମିଲ ହୋଇଥିବାରୁ କ୍ରୀଡ଼ାମନ୍ତ୍ରୀଙ୍କ ସହ ସାକ୍ଷାତ ବେଳେ ଉପସ୍ଥିତ ନ ଥିଲେ।
ଅଭିଯୁକ୍ତ ବ୍ରିଜ୍‌ଭୂଷଣଙ୍କୁ ସୁରକ୍ଷା ପ୍ରଦାନ କରୁଥିବା କେନ୍ଦ୍ର ସରକାରଙ୍କୁ ଏଥିପାଇଁ ବହୁମୂଲ୍ୟ ଦେବାକୁ ପଡ଼ିବ ବୋଲି କଂଗ୍ରେସ କହିଛି। କଂଗ୍ରେସ ମୁଖପାତ୍ର ଦୀପେନ୍ଦ୍ର ହୁଡ଼ା ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, କ୍ରୀଡ଼ାମନ୍ତ୍ରୀ ଆଜି ଆମ କୁସ୍ତିଯୋଦ୍ଧାମାନଙ୍କୁ ଆଲୋଚନା ପାଇଁ ଡାକିଛନ୍ତି। ଏହାର ନିଷ୍ପର୍ଷ କ’ଣ ଆସୁଛି ତାକୁ ଆମେ ଅପେକ୍ଷ କରିବୁ। ନ୍ୟାୟ ପାଇଁ ଲଢ଼େଇ କରୁଥିବା ଝିଅମାନଙ୍କ ସହ ଆମେ ରହିଛୁ। ସେମାନଙ୍କୁ ନ୍ୟାୟ ମିଳିବା ପର୍ଯ୍ୟନ୍ତ ସେମାନଙ୍କ ପ୍ରତି କଂଗ୍ରେସର ସମର୍ଥନ ଜାରି ରହିବ। ଯୌନ ଉତ୍ପୀଡ଼ନର ଶିକାର ହୋଇଥିବା ମହିଳା କୁସ୍ତିଯୋଦ୍ଧାଙ୍କ ସ୍ବରକୁ ଭାଜପା ଏବଂ କେନ୍ଦ୍ର ସରକାର ଚପାଇବାକୁ ଉଦ୍ୟମ କରୁଛନ୍ତି। ଭାଜପା ଏମ୍‌ପିଙ୍କୁ ଘଣ୍ଟ ଘୋଡ଼ାଯାଉଛି, ଯାହାକୁ ସାରା ଦେଶ ଦେଖୁଛି। ଏଥିପାଇଁ କେନ୍ଦ୍ର ସରକାରଙ୍କୁ ବହୁମୂଲ୍ୟ ଦେବାକୁ ପଡ଼ିବ ବୋଲି ହୁଡ଼ା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri