Posted inଜାତୀୟ

ପାର୍ଥ ଚାଟାର୍ଜୀଙ୍କ ଉପରକୁ ଚପଲ ଫିଙ୍ଗିଲେ ମହିଳା

କୋଲକତା,୨।୮: ପଶ୍ଚିମବଙ୍ଗ ଶିକ୍ଷା ନିଯୁକ୍ତି ଦୁର୍ନୀତିରେ ଇଡି ଅନୁସନ୍ଧାନର ସମ୍ମୁଖୀନ ହୋଇଥିବା ପୂର୍ବତନ ଶିକ୍ଷା ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଉପରକୁ ମଙ୍ଗଳବାର ଜଣେ ମହିଳା ଚପଲ ଫିଙ୍ଗିଛନ୍ତି। ପାର୍ଥ ଚାଟାର୍ଜୀଙ୍କୁ ଚେକ୍‌ଅପ୍‌ ପାଇଁ ଡାକ୍ତରଖାନା ନିଆଯାଇଥିବାବେଳେ ଏହି ଘଟଣା ଘଟିଛି। ମହିଳା ଜଣକ ତାଙ୍କ ଚିକିତ୍ସା ପାଇଁ ଡାକ୍ତରଖାନାକୁ ଆସିଥିଲେ। ଚପଲ ଫିଙ୍ଗିବା ପରେ ସେ ଖାଲି ପାଦରେ ଘରକୁ ଫେରିଯାଇଥିଲେ। ସେ ଯାହା ବି କଲେ ସମ୍ପୂର୍ଣ୍ଣ ଠିକ କରିଛନ୍ତି ବୋଲି ସମ୍ପୃକ୍ତ ମହିଳା କରିଛନ୍ତି।
ଅନ୍ୟପକ୍ଷରେ ଗିରଫ ପଶ୍ଚିମବଙ୍ଗର ମନ୍ତ୍ରୀ ପାର୍ଥ ଚାଟାର୍ଜୀ ପଚରାଉଚରା ବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସହିତ ସହଯୋଗ କରୁନାହାଁନ୍ତି ବୋଲି ଜଣେ ଇଡି ଅଧିକାରୀ କହିଛନ୍ତି। ଶିକ୍ଷା ନିଯୁକ୍ତି ଦୁର୍ନୀତି ଯାଞ୍ଚ ସମ୍ପର୍କରେ ଇଡିଙ୍କ ଅଧିକାଂଶ ପ୍ରଶ୍ନର ଉତ୍ତର ସେ ଦେଉନାହାଁନ୍ତି। ଅଧିକାଂଶ ସମୟ ସେ ଚୁପ ରହୁଛନ୍ତି॥ ନିଜକୁ ନିଲମ୍ବନ କରିବାକୁ ଟିଏମସିର ନିଷ୍ପତ୍ତିକୁ ନେଇ ସେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏପରିକି ଷଡଯନ୍ତ୍ରର ଶିକାର ହୋଇ ଯାଇଥିବା ଅଭିଯୋଗ ମଧ୍ୟ କରୁଛନ୍ତି।
ସୂଚନାଯୋଗ୍ୟ, ପାର୍ଥ ଚାଟାର୍ଜୀଙ୍କୁ ଜୁଲାଇ ୨୩ରେ ଇଡି ଗିରଫ କରିଥିଲା। ଗିରଫ ପୂର୍ବରୁ ତାଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ବାସଭବନରୁ ଇଡି ପ୍ରାୟ ୨୧ କୋଟି ଟଙ୍କା ଜବତ କରିଥିଲା। ସରକାରୀ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ସମୟରେ ପାର୍ଥ ଚାଟାର୍ଜୀଙ୍କ ପାଖରେ ଶିକ୍ଷା ବିଭାଗର ଦାୟିତ୍ୱ ଥିଲା। ପରେ ଏହି ବିଭାଗ ତାଙ୍କଠାରୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri