ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନାରୁ ବୁଧବାର ଭୋର ସମୟରେ ସୁମନ୍ତ ବେହେରାଙ୍କ ସ୍ତ୍ରୀ ଝିଲି ବେହେରା (୩୫) ଘର ପାଖ ନଳ କୂଅକୁ ପାଣି ଆଣିବାକୁ ଯାଇଥିଲେ। ପ୍ରବଳ ମାତ୍ରାରେ କୁହୁଡି ଥିବାରୁ ୨ ହାତ ଦୂରକୁ ଦେଖି ହୋଉ ନ ଥିବା ବେଳେ, ହଠାତ ଏକ ଦନ୍ତାହାତୀ ଝିଲିକୁ ଆକ୍ରମଣ କରିଥିଲା। ତାଙ୍କୁ ଶୁଣ୍ଢରେ କଚାଡ଼ି ଦେଇ ତାଙ୍କ ମୁଣ୍ଡ ଉପରେ ଚଢ଼ିଚାଲି ଯାଇଥିବାରୁ ଘଟଣାସ୍ଥଳରେ ଝିଲିଙ୍କ ମୃତ୍ୟୁହୋଇଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ।
ସୂଚ଼ନାଯୋଗ୍ୟ ଯେ, ଗତ ତିନିଦିନ ଧରି ଏହି ଅଞ୍ଚଳରେ ୩ ଟିକିଆ ହାତୀପଲ ଉତ୍ପାତ କରି ଆସୁଥିଲେ। ବନ ବିଭାଗ କର୍ମଚାରୀମାନେ ଘଉଡ଼େଇବାକୁ ଚେଷ୍ଟା ଜାରି ରଖିଥିଲେ ମଧ୍ୟ ସୋମବାର ଦିନ ଭୋର୍‌ ସମୟରେ ଜରାଓରପୁର ଗାଁରେ ଉତ୍ପାତ କରିବା ସହ ଜଟି ଭୋଇଙ୍କ ଗୁହାଳ ଘର ଭାଙ୍ଗି ଦେଇଥିଲାବେଳେ,ଅଳ୍ପକେ ଗୋରୁ ବଞ୍ଚି ଯାଇଥିଲେ। ତେବେ ଏନେଇ ବନ ବିଭାଗ ପାଖରେ ଖବର ଥିଲେ ସୁଦ୍ଧା ବିଭାଗର ଅବହେଳାରୁ ଆଜି ମହିଳାଙ୍କ ମୃତ୍ୟୁ ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏନେଇ ସ୍ଥାନୀୟ ଅଞ୍ଚଳ ଉତ୍ତେଜନା ସୃଷ୍ଟି ହୋଇ ଥିବାବେଳେ, ଗ୍ରାମବାସୀ ମାନେ ବନ୍ତଳା ଛକ ଠାରେ,ଅନୁଗୋଳ ଟିକରପଡ଼ା ଓ ପୁରୁଣା କଟକ ସମ୍ବଲପୁର ମୁଖ୍ୟ ରାସ୍ତାକୁ ଅବରୋଧ କରି ଆନ୍ଦୋଳନ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri