ପ୍ରେମିକଙ୍କ ସହ ହୋଟେଲ ଯାଇଥିଲେ ସ୍ତ୍ରୀ, ଦେଖିଦେଲେ ସ୍ବାମୀ, ଆଉ ତା’ପରେ ଘଟିଲା…

ଅନୁଗୋଳ, ୫।୯(ମାନସ ବିଶ୍ୱାଳ): ଅନୁଗୋଳ କୋର୍ଟରେ ଜଣେ ମହିଳା ସ୍ବାମୀ ଓ ତାର ଦୁଇ ସନ୍ତାନକୁ ଛାଡି ତାଙ୍କ ପ୍ରେମିକଙ୍କ ସହ ବିବାହ କରି ପ୍ରେମିକ ଘରକୁ ଚାଲି ଯାଇଛନ୍ତି । ପ୍ରେମ ଆଗରେ ତୁଚ୍ଛ ହେଲା ସ୍ବାମୀ, ସନ୍ତାନ। ଦୁଇ ସନ୍ତାନର ମୁହଁକୁ ବି ଅନେଇଲେନି। ଘର, ପରିବାର ଛାଡ଼ି ପ୍ରେମିକଙ୍କୁ ବିବାହ କଲେ ମହିଳା। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଅନୁଗୋଳ ଜିଲା କିଶୋରନଗର ଅଞ୍ଚଳରେ। ସବୁଠୁ ବଡ଼ କଥା ହେଲା, ମହିଳାଙ୍କ ସ୍ବାମୀ ନିଜେ ଏହି ବିବାହ କରାଇଛନ୍ତି।

ସୂଚନା ଅନୁସାରେ, କିଶୋରନଗର ଥାନା ଅଞ୍ଚଳର ଜଣେ ମହିଳା ୧୩ ବର୍ଷ ତଳେ ବିବାହ କରିଥିଲେ। ବିବାହ ପରେ ସେମାନଙ୍କ ବୈବାହିକ ଜୀବନ ଠିକ୍‌ଠାକ୍‌ରେ ଚାଲିଥିଲା । ସେମାନଙ୍କର ଦୁଇଟି ସନ୍ତାନ ରହିଛି। ଏପଟେ ପ୍ରାୟ ୫ ବର୍ଷ ତଳେ ନିଜ ଗାଁର ଅନ୍ୟ ଜଣେ ଯୁବକଙ୍କ ସହ ତାଙ୍କର ପ୍ରେମ ସଂପର୍କ ଗଢ଼ି ଉଠିଥିଲା। ମହିଳାଙ୍କ ସ୍ବାମୀ ଜାଣିବା ପରେ ଏହାକୁ ବାରଣ କରିଥିଲେ। କିନ୍ତୁ ମହିଳା କିଛି ଶୁଣି ନ ଥିଲେ। ବରଂ ପ୍ରେମିକଙ୍କ ସହ ନିୟମିତ ସଂପର୍କରେ ରହିଥିଲେ । ଗତକାଲି ଏହି ମହିଳା ଜଣଙ୍କ ତାଙ୍କ ପ୍ରେମିକଙ୍କ ସହ ଅନୁଗୋଳ ଆସି ଏକ ହୋଟେଲରେ ରହିଥିଲେ । ଏହି ସମୟରେ ମହିଳାଙ୍କ ସ୍ବାମୀ ସେଠାରେ ପହଞ୍ଚିଥିଲେ। ପରେ ମାମଲା ଥାନାକୁ ଯାଇଥିଲା। ଏହି ପାରିବାରିକ ବିବାଦର ସମାଧାନ ପୋଲିସ କରିବା ପୂର୍ବରୁ ପ୍ରେମିକ ସହ ପତ୍ନୀଙ୍କ ବିବାହ କରାଇ ଦେବାକୁ ରାଜି ହୋଇଥିଲେ। ପରେ ଆଜି ଅନୁଗୋଳ କୋର୍ଟରେ ଏହି ମହିଳା ଓ ତାଙ୍କ ପ୍ରେମିକଙ୍କ ସହ ବିବାହ କରାଯାଇଛି। ପ୍ରେମିକ ସହ ମହିଳା ତାଙ୍କ ଘରକୁ ଫେରି ଯାଇଥିଲା ବେଳେ ଯୁବକଙ୍କ ପାଖରେ ତାଙ୍କର ଦୁଇ ପିଲା ରହିଛନ୍ତି। ବିବାହର ୧୩ ବର୍ଷ ପରେ ପିଲା, ପରିବାର ଛାଡ଼ି ପ୍ରେମିକ ସହ ବିବାହ କରିବା ଘଟଣାକୁ ନେଇ ଚର୍ଚ୍ଚା ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri