ସ୍ତ୍ରୀଙ୍କ କାଠଫାଳିଆ ମାଡ଼ରେ ସ୍ବାମୀଙ୍କ ଜୀବନ ଗଲା

ଦାରିଙ୍ଗବାଡ଼ି,୨୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ସିନ୍ଦୂରକୁ ନିଜେ ପୋଛିଛନ୍ତି ସ୍ତ୍ରୀ। ସ୍ବାମୀଙ୍କ ନିର୍ଯାତନା ସହି ନ ପାରି ସ୍ତ୍ରୀ ନେଇଛନ୍ତି ଏଭଳି ନିଷ୍ପତ୍ତି।

ପ୍ରକାଶ ଯେ, ସ୍ତ୍ରୀଙ୍କ ମାଡ଼ରେ ସ୍ବାମୀ ନେତ୍ର ମାଝି(୬୩)ଙ୍କ ରବିବାର ମୃତ୍ୟୁ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ତେବେ ବୃଦ୍ଧଙ୍କ ପୁଅ ଓ ବୋହୂ ଅନ୍ୟ ରାଜ୍ୟରେ ଥିବାରୁ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇପାରିନି। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ କେସ୍‌ ନଂ ୨୯/୨୪ରେ ଏକ ହତ୍ୟା ମାମଲା ରୁଜୁ କରି ଅଧିକ ତଦନ୍ତ କରୁଥିବା ଆଇଆଇଆସି ଆନନ୍ଦ ଚନ୍ଦ୍ର ପାତ୍ର କହିଛନ୍ତି। ମୃତକ ନେତ୍ର ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କୌଣସି ଘଟଣାକୁ ନେଇ ଝଗଡ଼ା ହୋଇଥିଲା। ଏହି ସମୟରେ ନେତ୍ର ତାଙ୍କ ସ୍ତ୍ରୀ ଶୁଭନ୍ତିଙ୍କ କାନଫୁଲକୁ ଟାଣିଥିଲେ। ଫଳରେ ଶୁଭନ୍ତି ଯନ୍ତ୍ରଣା ସହି ନ ପାରି ପାଖରେ ଥିବା ଏକ କାଠଫାଳିଆରେ ପିଟିଥିଲେ ଫଳରେ ନେତ୍ରଙ୍କ ମୁଣ୍ଡ ପଛ ପାଖରେ ଗଭୀର ମାଡ଼ ହୋଇଥିଲା ଓ ଘଟଣାସ୍ଥଳରେ ହିଁ ସେ ଟଳି ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ନ୍ୟୁୟର୍କର La Guardia Airportର ରନଓ୍ବେରେ ବଡ଼ ଦୁର୍ଘଟଣା

ନ୍ୟୁୟର୍କ,୨୩।୩: ସୋମବାର (୨୩ ମାର୍ଚ୍ଚ) ନ୍ୟୁୟର୍କର ଲାଗାର୍ଡିଆ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଏୟାର କାନାଡା ଏକ୍ସପ୍ରେସ ବିମାନ ରନଓ୍ବେ ଉପରେ ଠିଆ ହୋଇଥିବା…

ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ

ତେହରାନ୍‌,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri