Posted inଫୁରସତ

ମ୍ୟୁଜିୟମ୍‌ରେ ମହିଳାଙ୍କ ହୃଦୟ

ଲଣ୍ଡନ: ନିକଟରେ ଜଣେ ମହିଳା ନିଜ ହୃଦୟ ଦେଖିବାକୁ ମ୍ୟୁଜିୟମ୍‌ରେ ପହଞ୍ଚିଛନ୍ତି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଇଂଲଣ୍ଡର ହମ୍‌ସିର୍‌ର ବାସିନ୍ଦା ୩୮ ବର୍ଷୀୟା ଜେନିଫର ସୁଟନ୍‌ଙ୍କ ପାଇଁ ଲଣ୍ଡନର ହଣ୍ଟେରିୟାନ୍‌ ମ୍ୟୁଜିୟମ୍‌ରେ ଅଙ୍ଗ ପ୍ରଦର୍ଶନୀରେ ନିଜ ହୃଦୟକୁ ଦେଖିବା ବିଚିତ୍ର ଥିଲା। ଏପରି ପ୍ରଦର୍ଶନୀ ଜରିଆରେ ଲୋକେ ଅଙ୍ଗ ଦାନ କରିବାକୁ ପ୍ରେରଣା ପାଇବେ ବୋଲି ସେ କହିଛନ୍ତି। ମହିଳାଙ୍କ କହିବା ଅନୁସାରେ, ୧୬ ବର୍ଷ ପୂର୍ବେ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ସର୍ଜରିରେ ତାଙ୍କ ହୃଦୟକୁ ବାହାର କରାଯାଇଥିଲା। ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ଜେନିଫରଙ୍କୁ ୨୨ ବର୍ଷ ହୋଇଥିବାବେଳେ ସେ ୟୁନିଭର୍ସିଟିରେ ପଢୁଥିଲେ। ସେତେବେଳେ ସେ କିଛି କାର୍ଯ୍ୟ କରିବା ସମୟରେ ତାଙ୍କୁ ବିଭିନ୍ନ ଯନ୍ତ୍ରଣା ହେଉଥିଲା। ସେ ଡାକ୍ତରଙ୍କ ସହ ପରାମର୍ଶ କରିବାରୁ ତାଙ୍କୁ ରେଷ୍ଟ୍ରିକ୍ଟିଭ୍‌ କାର୍ଡିଓମୋପାଥି ହୋଇଥିବା ଜାଣିବାକୁ ପାଇଲେ। ଏହି ରୋଗରେ ରୋଗୀଙ୍କ ରକ୍ତ ସଞ୍ଚାଳନ ପ୍ରଭାବିତ ହୋଇଥାଏ। ଏଥିପାଇଁ ତାଙ୍କୁ ହାର୍ଟ ଟ୍ରାନ୍ସପ୍ଲାଣ୍ଟ କରିବାକୁ ପଡ଼ିବ ନ ହେଲେ ତାଙ୍କର ମୃତ୍ୟୁ ହେବାର ସମ୍ଭାବନା ଥିବା ଡାକ୍ତର କହିଥିଲେ। ତାଙ୍କ ସ୍ବାସ୍ଥ୍ୟ ବେଳକୁବେଳ ଅଧିକ ଖରାପ ହେବାରେ ଲାଗିଥିଲା। ୨୦୦୭ ଜୁନ୍‌ରେ ତାଙ୍କର ହାର୍ଟ ଟ୍ରାନ୍ସପ୍ଲାଣ୍ଟେଶନ ପାଇଁ ସମସ୍ତ ପ୍ରସ୍ତୁତି ହୋଇଗଲା। କିନ୍ତୁ ଏ ନେଇ ଜେନିଫର ବହୁତ ଚିନ୍ତିତ ଥିଲେ। କାରଣ ତାଙ୍କୁ ୧୩ ବର୍ଷ ହୋଇଥିବାବେଳେ ଏପରି ଏକ ସର୍ଜରିରେ ତାଙ୍କ ମା’ଙ୍କ ମୃତ୍ୟୁ ଘଟିଥିଲା। ହାର୍ଟ ଟ୍ରାନ୍ସପ୍ଲାଣ୍ଟ ସରିବା ପରେ ସେ ନିଜକୁ ଜଣେ ନୂଆ ମଣିଷ ଭାବେ ପାଇଥିଲେ। ପରେ ତାଙ୍କ ଅନୁମତିରେ ତାଙ୍କ ହୃଦୟକୁ ପ୍ରଦର୍ଶନୀରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?