ପ୍ରେମ ବ୍ୟାପାରକୁ ନେଇ ଆତ୍ମହତ୍ୟା ନା ହତ୍ୟା: ଶ୍ରମିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ପରେ…

କେସିଙ୍ଗା,୨୩।୧୦(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ରେଳ ଓଭରବ୍ରିଜରେ କାର୍ଯ୍ୟରତ ଜଣେ ଶ୍ରମିକ ବୁଧବାର ରାତିରେ ଆତ୍ମହତ୍ୟା କରିଛନ୍ତି। ଶ୍ରମିକଜଣଙ୍କ ଭଦ୍ରକ ଜିଲା ସାହାପୁର ଗ୍ରାମର ସୁରେନ୍ଦ୍ର ନାଏକ ଙ୍କ ପୁଅ ତାପସ ନାଏକ (୨୫) ବୋଲି ଜଣାପଡିଛି। ଏନେଇ କେସିଙ୍ଗା ପୋଲିସ ମାମଲା ନଂ ୨୧/୨୫ ଅନୁସାରେ ତଦନ୍ତ ଜାରି ରଖିଛି।

ସୂଚନାନୁଯାୟୀ, ତାପସ ସା ସମୟରେ ଘର ଭିତରେ ଗ୍ୟାସ ସିଲିଣ୍ଡର ଉପରେ ଠିଆ ହୋଇ ଏକ ଗାମୁଛାରେ ଝୁଲି ପଡ଼ି ଆତ୍ମହତ୍ୟା କରିଛନ୍ତି। ତାପସଙ୍କ ଝୁଲନ୍ତା ମୃତଦେହକୁ ସହକର୍ମୀ ମାନେ ତଳକୁ ଓହ୍ଲାଇ ଥିଲେ। ତାଙ୍କ ଜୀବନ ବଞ୍ଚାଇବା ବହୁ ଚେଷ୍ଟା କରିଥିଲେ ହେଁ ବିଫଳ ହେବାରୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିବା ନେଇ ସହକର୍ମୀମାନେ ପ୍ରକାଶ କରିଛନ୍ତି ।

ତେବେ ନିର୍ମାଣାଧୀନ ରେଳ ଓଭର ବ୍ରିଜ କାମରେ ତାପସ ଜଣେ ଶ୍ରମିକ ଭାବରେ କାମ କରୁଥିଲେ। ଏହା ଏକ ପ୍ରେମ ଜନିତ ଆତ୍ମହତ୍ୟା ବୋଲି ଶୁଣିବାକୁ ମିଳୁଥିବା ବେଳେ ସ୍ଥାନୀୟ ପୋଲିସକୁ ନ ଜଣାଇ ସହକର୍ମୀମାନେ ତାପସଙ୍କ ଝୁଲନ୍ତା ଶରୀରକୁ ତଳକୁ ଓହ୍ଲାଇଥିଲେ। କିଛି ସମୟ ପରେ ପୋଲିସକୁ ଜଣାଇଥିଲେ। ତାପସଙ୍କ ଶରୀରକୁ କିଛି ସମୟ ତଳେ ଶୁଆଇ ରଖିବା ପରେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। କେସିଙ୍ଗା ପୋଲିସ ପକ୍ଷରୁ ପ୍ରାଥମିକ ତଦନ୍ତ ଆରମ୍ଭ ହୋଇ ଥିବା ବେଳେ ସା ହୋଇଯାଇଥିବାରୁ ମୃତଦେହ ବ୍ୟବଚ୍ଛେଦ ହୋଇ ପାରି ନ ଥିଲା। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହେବ ବୋଲି କୁହାଯାଉଛି। ଗୁରୁବାର ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରାଯାଇଛି। ଏ ସଂକ୍ରାନ୍ତରେ କେସିଙ୍ଗା ଆଇଆଇସି ଜିତେନ୍ଦ୍ର ବିଶ୍ୱାଳ ଙ୍କୁ ପଚାରିବାରୁ ଏହା ଏକ ପ୍ରେମ ଜନିତ ଆତ୍ମହତ୍ୟା। ମାମଲା ରୁଜୁ ହେବା ପରେ ତଦନ୍ତ ଜାରି ରହିଛି ବୋଲି ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri