ମାଟି ଅତଡ଼ା ଖସି ଜଣେ ଶ୍ରମିକଙ୍କ ଜୀବନ ଗଲା

କୁଚିଣ୍ଡା,୨୧ା୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ମହୁଲପାଲି ନଦୀପଠାରେ ମାଟି ଅତଡ଼ା ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ ମହୁଲପାଲି ଗ୍ରାମର ଅନାମ ରୋହିଦାସ (୨୫)। ମଙ୍ଗଳବାର ଅପରାହ୍ନରେ ଏକ ଟ୍ରାକ୍ଟରରେ ମୃତ ଅନାମଙ୍କ ସହ ନୀଳମଣି ରୋହିଦାସ ଓ ଅଜୁ ରୋହିଦାସ ମିଶି ମାଟି ବୋଝେଇ କରୁଥିଲେ। ମାଟି ଖୋଳାହେବା ଦ୍ବାରା ସେଠାରେ ଗର୍ତ୍ତ ସୃଷ୍ଟି ହୋଇଥିଲା ଓ ଗର୍ତ୍ତ ଭିତରୁ ମାଟି ଆଣି ୩ ଜଣ ମିଶି ଟ୍ରାକ୍ଟରରେ ଭର୍ତ୍ତି କରୁଥିଲେ। ହଠାତ ଉପର ମାଟି ଅତଡ଼ା ଧସି ପଡ଼ିଥିଲା। ଏଥିରେ ଦୁଇ ଜଣ ଶ୍ରମିକ ବର୍ତ୍ତିଯାଇଥିବା ବେଳେ,ଅନାମଙ୍କ ଉପରେ ମାଟି ଧସି ପଡ଼ିବାରୁ ସାଥୀ ଶ୍ରମିକମାନେ ତାଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ କୁଚିଣ୍ଡା ଡାକ୍ତରଖାନା ଆଣିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ପୋଲିସ ମହୁଲପାଲି ଥାନାରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ବୁଧବାର ଅନାମଙ୍କ ମୃତଦେହ ବ୍ୟବଚ୍ଛେଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢାଉ:୫ ସ୍ଥାନରେ ଖାନତଲାସି ଜାରି

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ଆୟ ବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ବୁର୍ଲା ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର) ଅଧୀକ୍ଷକଙ୍କ କାର୍ଯ୍ୟାଳୟର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ…

ଏଷ୍ଟାବ୍ଲିଶମେଣ୍ଟ ଅଧିକାରୀ ଧନୁର୍ଦ୍ଧରଙ୍କ ଘରେ ପଶିଲା ଭିଜିଲାନ୍ସ: ୪ ସ୍ଥାନରେ ଚାଲିଛି ଖୋଳତାଡ଼

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧୀକ୍ଷକ(ଅଫିସ ସୁପରିଟେଣ୍ଡେଣ୍ଟ) ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri