ଶୌଚ ହେବାକୁ ଯିବା ସମୟରେ ଦନ୍ତାହାତୀ ହାବୁଡରେ ପଡ଼ିଗଲେ ଶ୍ରମିକ, ଆଉ ତା’ପରେ…

ଭଞ୍ଜନଗର,୨୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅନ୍ତର୍ଗତ କିରାପଲ୍ଲୀ ଗ୍ରାମ ନିକଟରେ ସୋମବାର ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ଜଣେ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି । ସେ ହେଲେ ଆନ୍ଧ୍ର ପ୍ରଦେଶର ମହମ୍ମଦ ଜାଫର। ଜାଫରଙ୍କୁ ପ୍ରଥମେ ଭଞ୍ଜନଗର ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ଏଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ନିଆଯାଇଛି। ଖବରପାଇ ଡି ଏଫ ଓ ବିନୋଦ ଆଚାର୍ଯ୍ୟ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିଛନ୍ତି। ଏଥିସହ ମେଡ଼ିକାଲରେ ପହଞ୍ଚି ଆହତଙ୍କ ପ୍ରାଥମିକ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦେଇଛନ୍ତି।

ପ୍ରକାଶ ଯେ, ଆଜକୁ କିଛି ଦିନ ହେବ ବେଲଗୁଣ୍ଠା ବାଲିପଦର ମୁଖ୍ୟ ରାସ୍ତାର କିରାପଲ୍ଲୀ ଅଞ୍ଚଳରେ ଏକ ଦନ୍ତାହାତୀ ଘୁରୀ ବୁଲୁଛି। ଏହିଭଳି ପରିସ୍ଥିତିରେ ଆନ୍ଧ୍ରପ୍ରଦେଶରୁ ଆସି ଏଲ ଆଣ୍ଡ ଟି କମ୍ପାନୀ ପକ୍ଷରୁ ରାସ୍ତାକଡରେ ପାଇପ ବିଛା କାମରେ ନିୟୋଜିତ ଥିବା ଜଣେ ଶ୍ରମିକ ଶୌଚ ହେବାକୁ ଯିବା ସମୟରେ ହାତୀ ହାବୁଡରେ ପଡି ଆହତ ହୋଇଥିଲେ। ଏନେଇ ଡିଏଫଓ ବିନୋଦ ଆଚାର୍ଯ୍ୟଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି ଯେ ଆହତଙ୍କ ଚିକିତ୍ସା ପାଇଁ ବର୍ତ୍ତମାନ ୫ ହଜାର ଟଙ୍କା ଯୋଗାଇ ଦିଆଯାଇଛି। ପରବର୍ତ୍ତୀ ପର୍ଯ୍ୟାୟରେ ସରକାରଙ୍କ ନିୟମ ଅନୁସାରେ ଯାହା ସହାୟତା ଲୋଡ଼ା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri