ବୁଲୁଛି କ୍ଷତାକ୍ତ ହାତୀ: ଗୁଳି ବାଜିଥିବା…

ଛେଣ୍ଡିପଦା,୧୭।୨(ଅଜିତ ଧଳ): ଅନୁଗୋଳ ବନଖଣ୍ଡ ଛେଣ୍ଡିପଦା ବନାଞ୍ଚଳ ବାଗଡ଼ିଆ ଅଞ୍ଚଳରେ ୩ଦିନ ହେବ ଏକ ଗୋଠଛଡ଼ା ଦନ୍ତା ହାତୀ ବୁଲୁଥିବାବେଳେ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଏହି ଦନ୍ତା ହାତୀଟି ଆଠମଲ୍ଲିକ ଅଞ୍ଚଳରୁ ୩ଦିନ ତଳେ ଛେଣ୍ଡିପଦା ବନାଞ୍ଚଳର କଣଲୋଇ ଦେଇ ବୁଧବାର ବିଳମ୍ବିତ ରାତିରେ ଖମାର ଗ୍ରାମକୁ ଆସିବା ସହିତ ନିମନାଳଠାରେ ଗୁରୁବାର ଦିନ ତମାମ ରହିଥିଲା। ସାରେ ଡ୍ରୋନ କ୍ୟାମେରା ସାହାଯ୍ୟରେ ହାତୀର ଗତିବିଧି ଉପରେ ନଜର ରଖାଯିବା ସହ ହାତୀକୁ ଘଉଡ଼ାଇ ଦିଆଯାଇଥିଲା। ଶୁକ୍ରବାର ସକାଳେ ଦନ୍ତା ହାତୀଟି ବାଗଡିଆରୁ ଟାଙ୍ଗିରି ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପୁରୁଣାଗଡ଼ ଗ୍ରାମ ନିକଟରେ ରହିଥିଲା। ଫଳରେ ଉକ୍ତ ରାସ୍ତା ଦେଇ ଯିବା ଆସିବା କରିବାକୁ ମଧ୍ୟ ଲୋକେ ଭୟ କରୁଛନ୍ତି।
ଅନ୍ୟପଟେ ହାତୀ ମୁଣ୍ଡରେ ଏକ ଗଭୀର କ୍ଷତ ଥିବା ବନବିଭାଗ ଦେଖିବାକୁ ପାଇଛି। ଦୁଇଦିନ ହେଲା ଏଭଳି ଅବସ୍ଥାରେ ହାତୀଟି ବୁଲୁଥିବାବେଳେ ବନବିଭାଗର ତଳିଆ କର୍ମଚାରୀମାନେ କେବଳ ଜଗି ରହିଛନ୍ତି। ବର୍ତ୍ତମାନ ସୁଦ୍ଧା ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଚିକିତ୍ସା ପାଇଁ କୌଣସି ବ୍ୟବସ୍ଥା କରି ନ ଥିବାରୁ ଜନ ଅସନ୍ତୋଷ ଦେଖାଦେଇଛି।

ଖବରପାଇ ଅନୁଗୋଳ ଡିଏଫଓ ବିବେକ କୁମାରଙ୍କ ନିର୍ଦ୍ଦେଶରେ ସାତକୋଶିଆ ଡାକ୍ତର ପ୍ରଦୀପ କୁମାର ସିଂହ ଓ ଏକ ଡାକ୍ତରୀ ଦଳ ଘଟଣାସ୍ଥଳରେ ପହଞ୍ଚି ହାତୀର ଗତିବିଧି ନିରୀକ୍ଷଣ କରିଛନ୍ତି। ହାତୀ ମୁଣ୍ଡରେ ୪ଟି କ୍ଷତ ସ୍ଥାନ ଥିବାବେଳେ ଗୁଳି ବାଜି ଏପରି ହୋଇଥିବା ଜନସାଧାରଣ ଆଲୋଚନା ହେଉଛି। ଡାକ୍ତରୀ ଦଳର ଅନୁଧ୍ୟାନ ପରେ ଚିକିତ୍ସା କରିବା ସହିତ କାରଣ ଜଣାପଡିବ ବୋଲି ବନାଞ୍ଚଳ ଅଧିକାରୀ ଶୁଭ୍ରଶୁଚିସ୍ମିତା ମହାପାତ୍ର ପ୍ରକାଶ କରିଛନ୍ତି। ଅନୁଗୋଳ ଏସିଏଫ ବିଦ୍ୟା ସାଗରଙ୍କ ତତ୍ତ୍ୱାବଧାନରେ ଫରେଷ୍ଟର ସୁଶାନ୍ତ ନାଏକ, ବନକର୍ମଚାରୀ ଓ ହାତୀ ସ୍କ୍ବାଡ୍‌ ହାତୀର ଗତିବିଧି ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri