ଦେଢ଼ବର୍ଷ ବିତିଲା, କାର୍ଯ୍ୟକ୍ଷମ ହେଉନି

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମସ୍ଥିତ ନବନିର୍ମିତ ସ୍ବାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ନିର୍ମାଣ ହୋଇ ଦେଢ଼ ବର୍ଷ ହେଲା ବିତିଗଲାଣି। ବର୍ତ୍ତମାନ ସୁଦ୍ଧା ଉଦଘାଟନ ହୋଇ ନ ଥିବାରୁ କାର୍ଯ୍ୟକ୍ଷମ ହେଉନି। ଫଳରେ ରୋଗୀ ସେବାରେ ଘୋର ସମସ୍ୟା ହେଉଛିି। ଦୀର୍ଘ ୧୫ବର୍ଷରୁ ଊର୍ଦ୍ଧ୍ୱ ହେଲା ଜଣେ ମହିଳା ସ୍ବାସ୍ଥ୍ୟ କର୍ମୀ ରହି ଆସୁଛନ୍ତି। ଯେଉଁ ବିଲ୍ଡିଂଗରେ ସ୍ବାସ୍ଥ୍ୟ ମହିଳା କର୍ମୀ ରହୁଥିଲେ, ଉକ୍ତ ବିଲ୍ଡିଂଗ ଭାଙ୍ଗି ଯାଇ ନଷ୍ଟ ହେବାରୁ ନୂତନ ଭାବେ ୨୮ ଲକ୍ଷ ବ୍ୟୟ ଅଟକଳରେ ଆରୋଗ୍ୟ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ ହୋଇଛି। ବର୍ତ୍ତମାନ ଦେଢ଼ ବର୍ଷ ହେଲା ଉକ୍ତ ସ୍ବାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ଉଦଘାଟନ ହୋଇନାହିଁ। କିନ୍ତୁ ମହିଳା ସ୍ବାସ୍ଥ୍ୟ କର୍ମୀଙ୍କ ଗୃହ ଭାଙ୍ଗିଯିବାରୁ ସେହି ଉପଲକ୍ଷେ ଏହି ବିଲ୍ଡିଂଗ ନିର୍ମାଣ କରାଯାଇଛି। ବାଲସିରେ ଗତବର୍ଷ ନୂତନ ଭାବେ ଜଣେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ସୀମା ପୁଟେଲଙ୍କୁ ନିଯୁକ୍ତି ଦିଆଯାଇଛି। ଅସ୍ଥାୟୀ ଭାବେ ହୋମଓପ୍ୟାଥିକ ହସ୍ପିଟାଲରେ କାମ କରି ଆସୁଛନ୍ତି। କିନ୍ତୁ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ କେସିଙ୍ଗାରୁ ବାଲସିକୁ ଯିବାଆସିବା କରନ୍ତି। ଯେଉଁ ଦିନ ଆସନ୍ତି ପୂର୍ବାହ୍ନ ୧୧ଟାରେ ଆସି ୧ଟା ଯାଏ ପୁଣି ଫେରି ଯାଆନ୍ତି। ଗତ ମାସରେ ନୂଆଁଖାଇ ଥିବାରୁ ୪ଦିନ ଆସିଥିଲେ। ପ୍ରତ୍ୟେକ ମାସରେ ୫ରୁ୧୦ ଦିନ ଆସିଥାନ୍ତି। ଗ୍ରାମାଞ୍ଚଳରେ ରୋଗୀମାନେ ଘୋର ଅସୁବିଧାର ସମ୍ମୁଖୀନ ଭୋଗୁଛନ୍ତି। ଏହି ନୂତନ ସ୍ବାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ଏହି ଦୁଇ ଜଣ କର୍ମଚାରୀଙ୍କ ମଧ୍ୟରେ କାହା ପାଇଁ ଉଦ୍ଦିଷ୍ଟ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଗ୍ରାମବାସୀ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଅଭିଯୋଗ କରିଛନ୍ତି। ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀଙ୍କୁ ତୁରନ୍ତ ବଦଳି କରିବାକୁ ଦାବି ହେଉଛି। ଏ ନେଇ ଜିଲା ମୁଖ୍ୟ ଚିକିତ୍ସ ଅଧିକାରୀ ନିହାର ରଞ୍ଜନ ପଣ୍ଡାଙ୍କୁ ପଚାରିବାରୁ ତଦନ୍ତ କରିବି, ଅଳ୍ପ ଦିନରେ ସ୍ବାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ଉଦ୍‌ଘାଟନ କରାଯିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

ସୌମ୍ୟଙ୍କ ସାଙ୍ଗ ଭୂମିକା ତଦନ୍ତ ପରିସର: କ୍ରାଇମବ୍ରାଞ୍ଚ ଡିଆଇଜି

ଭୁବନେଶ୍ୱର,୨୮।୫: କ୍ରାଇମବ୍ରାଞ୍ଚ ଡିଆଇଜି ବି. ଗଙ୍ଗାଧର ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଏକ ବଡ଼ ସୂଚନା ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲାରେ ଆହୁରି ୧୦ଜଣ ଅଭିଯୁକ୍ତ…

‘ଯଦି ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ମୋତେ ବିହାର ଫେରିବାକୁ ପଡିଥାନ୍ତା…’ – ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବିକ୍ରମ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୨୮।୫: ‘ଯଦି ବଙ୍ଗଳାରେ ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ଆମକୁ ସବୁକିଛି ପରିତ୍ୟାଗ କରି ବିହାର ଫେରିଯିବାକୁ ପଡ଼ିଥାନ୍ତା।’ ଏଗୁଡ଼ିକ ହେଉଛି ଝାରଗ୍ରାମର ଜଣେ ଝାଲମୁଢି ବିକ୍ରେତା…

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri