ବାଳିକାଙ୍କ ଶିକ୍ଷାବନ୍ଦକୁ ବର୍ଷେ ପୂରିଲା, ନିନ୍ଦା କଲା ଜାତିସଂଘ…

ଜେନେଭା/କାବୁଲ, ୧୮।୯ : ଆଫଗାନିସ୍ତାନରେ ତାଲିବାନ ପକ୍ଷରୁ ବର୍ଷେ ବ୍ୟାପୀ ବାଳିକାଙ୍କ ଶିକ୍ଷାବନ୍ଦ କରାଯାଇଥିବା ଘଟଣାରେ ଜାତିସଂଘ ପକ୍ଷରୁ କଡ଼ା ନିନ୍ଦା କରାଯାଇଛି। ତାଲିବାନ ଶାସନକୁ ଆସିବା ପରେ ୨୦୨୧ ସେପ୍ଟେମ୍ବର ୧୮ରେ ଦେଶରେ ବାଳିକାଙ୍କ ଶିକ୍ଷା ଉପରେ କଟକଣା ଜାରି କରିଥିଲା। ଇତିମଧ୍ୟରେ ଏହି ଘଟଣାକୁ ବର୍ଷେ ପୂରଣ ହୋଇଛି। ଶୀଘ୍ର ବାଳିକାଙ୍କ ଲାଗି ଉପଯୋଗୀ ଥିବା ସ୍କୁଲଗୁଡ଼ିକୁ ଖୋଲିବା ପାଇଁ ଜାତିସଂଘ ପକ୍ଷରୁ ଅନୁରୋଧ କରାଯାଇଛି।

ଚଳିତ ବର୍ଷ ମାର୍ଚ୍ଚ ୨୩ରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବାଳିକାଙ୍କ ପାଇଁ ସେକେଣ୍ଡାରୀ ସ୍କୁଲ ଖୋଲା ଯାଇଥିଲା। ମାତ୍ର କିଛି ଘଣ୍ଟା ମଧ୍ୟରେ ତାଲିବାନ ନେତା ଏସବୁ ବନ୍ଦ କରିବାକୁ ନିର୍ଦ୍ଦେଶ ଜାରି କରିଥିଲେ।
ସ୍କୁଲ ବନ୍ଦ ଯୋଗୁ ୧୦ ଲକ୍ଷରୁ ଅଧିକ ବାଳିକା ଆବଶ୍ୟକୀୟ ଶିକ୍ଷାଦାନ ପାଇ ପାରୁ ନଥିବା ଆଫଗାନିସ୍ତାନରେ କାର୍ଯ୍ୟ କରୁଥିବା ଜାତିସଂଘ ସହାୟତା ମିଶନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଫଗାନିସ୍ତାନ ଜାତିସଂଘ ସହାୟତା ମିଶନର ମୁଖ୍ୟ ମାର୍କୁସ ପୋଟଜେଲ୍‌ ତାଲିବାନର ଏଭଳି କାର୍ଯ୍ୟକୁ ନିନ୍ଦା କରିଛନ୍ତି। ଏହା ଦ୍ୱାରା ବାଳିକାଙ୍କ ଭବିଷ୍ୟତ ଅନ୍ଧକାରରେ ରହିଥିବା ସେ କହିଛନ୍ତି।
ଏନେଇ ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗ୍ୟୁଟେରସ୍‌ କହିଛନ୍ତି ଯେ, ତାଲିବାନ ପରିସ୍ଥିତିକୁ ବୁଝି ଶୀଘ୍ର କଟକଣା ପ୍ରତ୍ୟାହାର କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri