ବର୍ଷେ ବିତିଲା, ୩୨ ଏମ୍‌ସିସି କାମ ସରିଲାନି

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ରାଜଧାନୀରେ ୪୩ ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି) ନିର୍ମାଣ ପାଇଁ ୨୦୧୯ ଅଗଷ୍ଟ ୩୧ ତାରିଖ ସ୍ବାୟତ୍ତ ଶାସନ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ୧ ବର୍ଷ ମଧ୍ୟରେ ସମସ୍ତ ଏମ୍‌ସିସି କାମ ସମ୍ପୂର୍ଣ୍ଣ କରିବାକୁ ବିଏମ୍‌ସି ଇଞ୍ଜିନିୟରିଂ ସେଲ୍‌ ଲକ୍ଷ୍ୟ ରଖିଥିଲା। ମାତ୍ର ଇତିମଧ୍ୟରେ ଏକ ବର୍ଷ ୧୫ ଦିନ ବିତିଲା, କିନ୍ତୁ ସବୁଗୁଡ଼ିକର କାମ ସରିଲା ନାହିଁ।
ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଟୁଇଟର ହ୍ୟାଣ୍ଡେଲ୍‌ରୁ ମିଳିଥିବା ସୂଚନା ଅନୁଯାୟୀ, ସେପ୍ଟେମ୍ବର ୧୫ ତାରିଖ ଅର୍ଥାତ୍‌ ସୋମବାର ସୁଦ୍ଧା ୪୩ଟିରୁ ମାତ୍ର ୧୧ଟି ଏମ୍‌ସିସିର କାର୍ଯ୍ୟ ସରିଛି। ଅବଶିଷ୍ଟ ୩୨ଟିର ନିର୍ମାଣ କାର୍ଯ୍ୟ ଜୋରଦାର ଚାଲିଛି। ଖୁବ୍‌ଶୀଘ୍ର ଏଗୁଡ଼ିକର କାର୍ଯ୍ୟ ଶେଷ ହେବ। ୬୭ ଓ୍ବାର୍ଡରେ ୪୩ ଏମ୍‌ସିସି କରାଯିବାକୁ ସ୍ଥିର ହୋଇଥିଲା। ଯେଉଁଥିରେ ଦୈନିକ ସଂଗ୍ରହ ହେଉଥିବା ଆବର୍ଜନାକୁ ଖତରେ ପରିଣତ କରାଯିବାକୁ ଯୋଜନା ରହିଛି। ଏ ନେଇ ବିଏମ୍‌ସି ଇଞ୍ଜିନିୟରିଂ ସେଲ୍‌ର ଜଣେ ଅଧିକାରୀ କହିଛନ୍ତି, କରୋନା ପାଇଁ ଗତ ୬ ମାସ ହେବ ଏମ୍‌ସିସି ଏବଂ ଅନ୍ୟ ବିକାଶମୂଳକ କାର୍ଯ୍ୟର ନିର୍ମାଣ କାମ ଅଟକିଛି। କରୋନା ଗାଇଡ୍‌ଲାଇନ୍‌ ମାନି ଶ୍ରମିକଙ୍କୁ କାର୍ଯ୍ୟରେ ନିୟୋଜିତ କରିହେଉ ନାହିଁ। ଏହାଛଡ଼ା ବିଏମ୍‌ସି ଇଞ୍ଜିନିୟରିଂ ସେଲ୍‌ର ବହୁ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଫଳରେ ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବ ହୋଇଛି। ଆଗକୁ ଏହି ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯିବ। ଏବେ ସୁଦ୍ଧା ୧୫ରୁ ଊର୍ଦ୍ଧ୍ୱ ଏମ୍‌ସିସିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇପାରି ନାହିଁ। ସ୍ଥାନୀୟ ଲୋକଙ୍କ ବିରୋଧ ଓ ଅସହମତି ପାଇଁ କାର୍ଯ୍ୟ ଆରମ୍ଭ କରାଯାଇପାରି ନ ଥିବାବେଳେ ଏନେଇ ସେମାନଙ୍କ ସହ ବିଏମ୍‌ସି ଅଧିକାରୀ ଆଲୋଚନା ଜାରି ରଖିଛନ୍ତି। ଆଗକୁ କିଛି ସମାଧାନର ବାଟ କଢାଯାଇ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri