ଦୀପାବଳି ପାଳିବାକୁ ଗାଁକୁ ଆସିଥିଲେ ଯୁବକ, ଚାଲିଗଲା ଜୀବନ

ଜଗନ୍ନାଥପ୍ରସାଦ,୧୭ା୧୦(ବିଭୁ ପ୍ରସାଦ ପଟ୍ଟନାୟକ): ଜଣେ ଯୁବକ ଗାଁକୁ ଦୀପାବଳି ପାଳିବା ପାଇଁ ଆସୁଥିବାବେଳେ ସଡ଼କ ଦୁର୍ଘଟଣାରେ ତାଙ୍କର ଜୀବନ ଯାଇଛି। ନୂଆ ଜିରାବାଡ଼ି ପାଲପଡା ଛକ ନିକଟ ୨୧ ନମ୍ବର ରାଜ୍ୟ ରାଜପଥରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ମୃତ ଯୁବକ ଜଣକ ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ମଳିଙ୍ଗୀ ଗ୍ରାମର ସନ୍ନ୍ୟାସୀ ଗୌଡ଼ (୨୬) ବୋଲି ଜଣାପଡ଼ିଛି । ସେ ଭୁବନେଶ୍ୱର ହୋଟେଲରେ କର୍ମଚାରୀ ରୂପରେ କାମ କରୁଥିଲେ। ଦୁଇ ଦିନ ତଳେ ଦୀପାବଳି ଉତ୍ସବ ପାଳିବାକୁ ଗାଁକୁ ଆସିଥିଲେ। ସନ୍ନ୍ୟାସୀ ଜଗନ୍ନାଥପ୍ରସାଦ ବଜାରରୁ ସଉଦା କିଣି ରାତି ୧୦ଟାରେ ନିଜ ବାଇକ୍‌ OD25N6713 ଯୋଗେ ଘରକୁ ଫେରିବା ସମୟରେ ପଲାପଡ଼ା ଛକ ନିକଟରେ ଦ୍ରୁତଗତିରେ କୌଣସି ଭାରୀଯାନ ବାଇକ୍‌ ପଛପଟେ ଧକ୍କା ଦେବା ଫଳରେ ଚାଳକ ଭାରସାମ୍ୟ ହରାଇ ରାସ୍ତା ଉପରେ ମୁହଁ ମାଡ଼ି ତଳେ ପଡ଼ିଯାଇଥିବା ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି। ଘଟଣାସ୍ଥଳରୁ ସନ୍ନ୍ୟାସୀଙ୍କୁ ଜଗନ୍ନାଥପ୍ରସାଦ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର ଘୋଷଣା କରିଥିଲେ। ଭାଇ ଟୁକୁନା ଗୌଡ଼ଙ୍କ ଥାନାରେ ଅଭିଯୋଗ ପ୍ରକାରେ ଜଗନ୍ନାଥପ୍ରସାଦ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲ ପଠାଇବା ସହ ଘଟଣା ସମ୍ପର୍କରେ ଅଧିକ ତଦନ୍ତ ଜାରି ରଖିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri