ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ଯୁବକଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୨।୧୦(ସତ୍ୟଜିତ୍‌ ରାଉତ):ରାଜଧାନୀରେ ଜଣେ ଯୁବକ ତାଙ୍କ ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ବେଡଶିଟ୍‌ ଦ୍ୱାରା ଫ୍ୟାନ୍‌ରେ ଝୁଲି ରବିବାର ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଖୋର୍ଦ୍ଧା ଜିଲା ବୋଲଗଡ଼ ଅଞ୍ଚଳର ପ୍ରଭୁପାଦ ମହାରଣା (୨୪)। ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ଛକ ନିକଟରେ ଥିବା ଆତ୍ମାରାମ୍‌ ଆପାର୍ଟମେଣ୍ଟସ୍ଥିତ ଏକ ବନ୍ଦ ଘରୁ ପ୍ରଭୁପାଦଙ୍କ ମୃତଦେହକୁ ପୋଲିସ ଜବତ କରି କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ କରାଇଛି। ପରେ ତାଙ୍କ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।
ଅନୁଯାୟୀ, ପ୍ରଭୁପାଦ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଏକ ରେଷ୍ଟୁରାଣ୍ଟରେ ରୋଷେୟା ଭାବେ କାମ କରୁଥିଲେ। ସେ ୫ ବର୍ଷ ହେଲା ଭଦ୍ରକ ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରେମ କରୁଥିଲେ। କିଛିଦିନ ହେଲା ସେମାନଙ୍କ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇଥିଲା। ତେଣୁ ପ୍ରଭୁପାଦ ଏହାକୁ ନେଇ ଭାଙ୍ଗି ପଡ଼ିଥିଲେ। ସକାଳେ ତାଙ୍କ ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ସେ ଆତ୍ମହତ୍ୟା କରୁଥିବା କହିଥିଲେ। ଯୁବତୀ ଜଣକ ତୁରନ୍ତ ଏନେଇ ରେଷ୍ଟୁରାଣ୍ଟ ମ୍ୟାନେଜରଙ୍କୁ ଜଣାଇଥିଲେ। ମ୍ୟାନେଜର ଓ ସ୍ଥାନୀୟ ଲୋକେ ପୋଲିସକୁ ଏନେଇ ଖବର ଦେବା ପରେ ସମସ୍ତେ ତାଲା ଭାଙ୍ଗି ଘରେ ପଶିଥିଲେ। ହେଲେ ସେତେବେଳକୁ ପ୍ରଭୁପାଦଙ୍କ ମୃତ୍ୟୁ ହୋଇଯାଇଥିଲା। ମୃତଦେହ ସାମ୍ନାରେ ପ୍ରଭୁପାଦଙ୍କ ମୋବାଇଲ ଭିଡିଓ କଲ୍‌ ମୋଡ୍‌ରେ ରହିଥିବା ସମସ୍ତେ ଦେଖିବାକୁ ପାଇଥିଲେ। ତେବେ ପ୍ରେମିକାଙ୍କୁ ତଦନ୍ତ ପରିସରକୁ ଆଣିବାକୁ ପ୍ରଭୁପାଦଙ୍କ ଭାଇ ଗଣମାଧ୍ୟମରେ ଦାବି କରିଛନ୍ତି। ପୋଲିସ ପ୍ରଭୁପାଦଙ୍କ ମୋବାଇଲ ଜବତ କରିଛି। ସେଥିରେ ଥିବା ମେସେଜ୍‌, କଲ୍‌ ଡିଟେଲ୍ସ ରିପୋର୍ଟ (ସିଡିଆର୍‌) ଓ ହ୍ବାଟ୍ସଆପ୍‌ ଚାଟ୍‌ ଆଦିରୁ ପୋଲିସ ଏହି ମାମଲାରେ ବଳିଷ୍ଠ ପ୍ରମାଣ ପାଇବାକୁ ଆଶା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri