ଟ୍ରେନ୍‌ ଧକ୍କାରେ ଯୁବକଙ୍କ ଜୀବନ ଗଲା

କେନ୍ଦୁଝର,୧୬ା୪(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ସିଲିସୁଆଁ ଇଟାଭାଟି ନିକଟରେ ଟ୍ରେନ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ବାଉରୀପଦା ଗ୍ରାମର ପୂର୍ଣ୍ଣଚନ୍ଦ୍ର ମହାକୁଡ଼ଙ୍କ ପୁଅ ନରହରି  (୨୨) ବୋଲି ଜଣାପଡିଛି।

ପ୍ରକାଶ ଯେ, ନରହରି ଶନିବାର ରାତିରେ ସିଲିସୁଆଁରେ ଚାଲିଥିବା ପାଲା ଦେଖିବାକୁ ଆସିଥିଲେ। ରବିବାର ସକାଳୁ ତାଙ୍କର ମୃତଦେହ କ୍ଷତବିକ୍ଷତ ଅବସ୍ଥାରେ ରେଳଧାରଣାରେ ପଡ଼ଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଖବର ପାଇ ରେଳ ବିଭାଗ ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିବା ସହିତ ବ୍ୟବଚ୍ଛେଦ ପାଇଁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ତେବେ ନରହରିଙ୍କ ମୃତଦେହ ନିକଟରୁ ତାଙ୍କ ସ୍ମାର୍ଟଫୋନ ମିଳିଛି। ଏନ୍ୟ ଛୋଟ ଫୋନ୍‌ ହଜି ଯାଇଥିବା ପରିବାର ପକ୍ଷରୁ ଜଣପାଡ଼ିଛ। ଏହା ହତ୍ୟା ନା ଆତ୍ମହତ୍ୟା ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri