ବିବାହ କରିବି କହି ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖୁଥିଲେ ଯୁବକ: ଆଉ ତା’ପରେ…

ଭୁବନେଶ୍ୱର,୨୮ା୬(ଅନୁରାଧା ମହାରଣା):ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା କରିଥିବା ଜଣେ ଯୁବକଙ୍କୁ ଲିଙ୍ଗରାଜ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବଲାଙ୍ଗୀର ଜିଲା ସୁନାମୁଣ୍ଡି ଅଞ୍ଚଳର ଜିତେନ୍ଦ୍ର କୁମାର ସାହୁ। ଅଭିଯୋଗକାରିଣୀ ଯୁବତୀ ଜଣକ ମଧ୍ୟ ବଲାଙ୍ଗୀର ଜିଲାର ହୋଇଥିବାବେଳେ ଗତ ୨୦୨୨ ମସିହାରେ ଭୁବନେଶ୍ବରରେ ରହି ପାଠ ପଢୁଥିବା ବେଳେ ଏଠାରେ ଏକ ଘରୋଇ କମ୍ପାନୀରେ ଚାକିରୀ କରୁଥିବା ଜିତେନ୍ଦ୍ରଙ୍କ ସହ ସମ୍ପର୍କ ହୋଇଥିଲା। ଉଭୟଙ୍କ ମଧ୍ୟରେ ପ୍ରଥମେ ଚିହ୍ନାପରିଚୟ ହୋଇଥିଲା ଏବଂ ପରେ ପରସ୍ପରର ଘନିଷ୍ଠ ବନ୍ଧୁ ହୋଇଯାଇଥିଲେ। ଅଭିଯୋଗକାରିଣୀ ଜଣକ ଚାକିରୀ ଅନ୍ବେଷଣରେ ଥିବା ଜାଣିବା ପରେ ଅଭିଯୁକ୍ତ ଜିତେନ୍ଦ୍ର ତାଙ୍କୁ ଇଣ୍ଟରଭ୍ୟୁ ସମ୍ପର୍କରେ କିଛିଟା ପରାମର୍ଶ ଦେବା କଥା କହି ନିଜ ଭଡା ଘରକୁ ଡାକିଥିଲେ। ୨୦୨୪ ମାର୍ଚ୍ଚ ୨୨ରେ ପୁରୁଣାଭୁବନେଶ୍ୱରସ୍ଥିତ ଅଭିଯୁକ୍ତଙ୍କ ଭଡା ଘରକୁ ଯୁବତୀ ଜଣକ ଯାଇଥିଲେ। ସେଠାରେ ଅଭିଯୁକ୍ତ ଜଣକ ତାଙ୍କୁ ବିବାହ କରିବାର ମିଥ୍ୟା ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପରବର୍ତ୍ତୀ ସମୟରେ ବିବାହ କରିବାକୁ ମନା କରିବାରୁ ପୀଡିତା ଯୁବତୀ ଜଣକ ଥାନାର ଦ୍ୱାରସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ବେଆଇନ ଚାଲାଣ ହେଉଥିଲା ମୂଲ୍ୟବାନ କାଠ, ବାଟରେ ଫାଟିଲା ଚକା, ଆଉ ତା’ ପରେ…

ମୋରଡ଼ା,୧୪ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ ଏକ କାଠ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ,ରାଇରଙ୍ଗପୁର ବନାଞ୍ଚଳ ଅଞ୍ଚଳରୁ ଏକ ୧୨ ଚକିଆ…

ସାଙ୍ଗ ସାଜିଲେ ସଇତାନ, ସାଙ୍ଗରେ ମିଶି ପାର୍ଟି କରିବାବେଳେ ମଦ ପାଉଚ ଭାଗ ବଣ୍ଟାକୁ ନେଇ…

ବଲାଙ୍ଗୀର, ୧୪।୩ (ସୁନିଲ କୁମାର ମହାନ୍ତି): ଏକା ସାଙ୍ଗରେ ମିଶି ପାର୍ଟି କରିବା ସାଙ୍ଗକୁ କାଳ ହେଲା। ବଲାଙ୍ଗୀର ସଦର ବ୍ଲକ ରିନ୍ବବଚନ ଗାଁରେ ଜଣେ ଯୁବକଙ୍କୁ…

ରାଜ୍ୟ ସଭା ନିର୍ବାଚନ ନେଇ ଆଜି ନବୀନ ନିବାସରେ ଏକାଠି ହେବେ…

ଭୁବନେଶ୍ୱର,୧୪ା୩: ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି।  ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି।…

‘ଯୁଦ୍ଧରେ ସମ୍ପୂର୍ଣ୍ଣ ଭାବରେ ହାରିବା ପରେ ଏବେ ସାଲିସ କରିବାକୁ ଚାହୁଁଛି ଇରାନ’: ଟ୍ରମ୍ପ

ଓ୍ବାଶିଂଟନ,୧୪।୩: ଶନିବାର ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷର ୧୪ତମ ଦିନ। ଆମେରିକା ତେହେରାନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଏହି ମଧ୍ୟରେ,…

ଆମେରିକାକୁ ଖୋଲା ଧମକ: ଖାର୍ଗ ଉପରେ ଆକ୍ରମଣ ପରେ ତାତିଲା ଇରାନ

ତେହରାନ,୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଆମେରିକାର ସେନା ଇରାନର ଖାର୍ଗ ଦ୍ୱୀପରେ ପ୍ରବଳ ବୋମା…

‘୧୪ ଦିନରେ ଆମେରିକାକୁ ଭିକ ମଗାଇ ଦେଲୁ’, ଖାର୍ଗ ଦ୍ୱୀପ ଧ୍ୱଂସ ହେବାକୁ ନେଇ କାହିଁକି ଏତେ କନଫିଡେଣ୍ଟରେ ରହିଛି ଇରାନ, ଜାଣନ୍ତୁ…

ତେହରାନ୍‌,୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ମଧ୍ୟରେ, ଏହା ସହିତ ବୟାନବାଜି ମଧ୍ୟ ଯଥେଷ୍ଟ ତୀବ୍ର ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନର ଖାର୍ଗ…

ଯୁଦ୍ଧ ଭିତରେ କିମ୍‌ଙ୍କ ଏଣ୍ଟ୍ରି! ଭୟଙ୍କର ମିସାଇଲା ଆଟାକ୍‌, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୧୪।୩: ଗୋଟିଏ ପଟେ, ମଧ୍ୟପ୍ରାଚ୍ୟରେ ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଜଡିତ ବିବାଦ ଏକ ଭୟଙ୍କର ମୋଡ଼ ନେଇଛି। ଏହି ସମୟରେ, ଏସିଆର ଅନ୍ୟ ଏକ…

ପଥର ପ୍ୟାକିଂ ନିର୍ମାଣ କାର୍ଯ୍ୟ ତଦାରଖ କରିବାକୁ ଆସୁନାହାନ୍ତି କ୍ଷେତ୍ର ପରିଦର୍ଶନ ଅଧିକାରୀ, ନିମ୍ନମାନର କାର୍ଯ୍ୟ ନେଇ…

ମହାକାଳପଡ଼ା,୧୪ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂସାର ବଡ଼ ଦାଣ୍ଡୁଆ ପଞ୍ଚାୟତ ବଗଗହଣ- ମିଲନମୋଡ଼-ତରପଦା ଗୋବରୀ ନଦୀପାର୍ଶ୍ୱ ଘେରିବନ୍ଧ ନିର୍ମାଣ କାମ ନିମ୍ନମାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri