ଗଛରେ ଗାମୁଛା ଦେଇ ଝୁଲିପଡ଼ିଲେ ଯୁବକ: ବାପା ଦେଖିବାରୁ…

ଲାଞ୍ଜିଗଡ଼,୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଧୌଂରାଭଟା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଏହି ଗାଁର ଜଳଧର ପାତ୍ର ନାମକ ଜଣେ ବ୍ୟକ୍ତିଙ୍କ ପୁଅ ଟିକେରାମ ପାତ୍ର (୨୧) କୌଣସି କାରଣକୁ ନେଇ ସୀତାପୁର ଗାଁ ନିକଟସ୍ଥ ଏକ ଗଛରେ ନିଜ ଗାମୁଛା ବେକରେ ଦେଇ ଆତ୍ମହତ୍ୟା କରିଛନ୍ତି।
ସୂଚନାନୁସାରେ, ମୃତ ଟିକେରାମ ସୋମବାର ବଡ଼ି ଭୋରରୁ ଉଠି ଶୌଚ ପାଇଁ ଯାଇଥିଲେ ଏବଂ ସକାଳେ ତାଙ୍କ ବାପା ଶୌଚ ପାଇଁ ସୀତାପୁର ଗ୍ରାମକୁ ଯିବା ରାସ୍ତାରେ ଯାଉଥିବା ବେଳେ ଗ୍ରାମ ନିକଟସ୍ଥ ତେନ୍ତୁଳି ଗଛରେ ଝୁଲନ୍ତା ଅବସ୍ଥାରେ ନିଜ ପୁଅକୁ ଦେଖିଥିଲେ ଏବଂ ଗାଁ ଲୋକଙ୍କ ସହାୟତାରେ ତଳକୁ ଓହ୍ଲାଇ ଘରକୁ ଆଣିଥିଲେ I ଘରକୁ ଆଣିଥିବା ପରେ ଟିକେରାମର ମୃତ୍ୟୁ ହୋଇଥିବା ଜାଣି ତାଙ୍କ ପିତା ଜଳଧର ପାତ୍ର ସୋମବାର ସକାଳେ ବିଶ୍ୱନାଥପୁର ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ I
ଏ ସମ୍ପର୍କରେ ସୂଚନା ପାଇ ବିଶ୍ୱନାଥପୁର ଥାନାଧିକାରୀ ମମତା ହେମ୍ବ୍ରମଙ୍କ ନେତୃତ୍ୱରେ ଥାନା କର୍ମଚାରୀ ଏବଂ ପୋଲିସ ବଳ ସହିତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରି ମୃତଦେହ ଜବତ କରିବା ସହିତ ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଟିକେରାମକୁ ମୃତ ଘୋଷଣା କରିବା ସହିତ ମୃତଦେହ ବ୍ୟବଛେଦ ପାଇଁ ଲାଞ୍ଜିଗଡ ପଠାଇଥିଲେ I ଏ ନେଇ ବିଶ୍ୱନାଥପୁର ଥାନା ପକ୍ଷରୁ କେଶ ନଂ ୭/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ବେଳେ ତଦନ୍ତ ଜାରି ରହିଛି। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଥିବା ଥାନାଧିକାରୀ ମମତା ହେମ୍ବ୍ରମ ପ୍ରକାଶ କରିଛନ୍ତି I ବର୍ତ୍ତମାନ ଟିକେରାମଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ସମ୍ପୁର୍ଣ୍ଣ ଭାଙ୍ଗି ପଡିଥିବା ବେଳେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି I

 


Enter your email to get our daily news in your inbox.

All Right Reserved By Dharitri.Com

ଉପଖଣ୍ଡସ୍ତରୀୟ ଉତ୍କଳ ଦିବସ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ

ବାଲିଗୁଡ଼ା,୨୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): ୧୯୩୬ ଅପ୍ରିଲ ୧ ତାରିଖ ଦିନ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା। ଉକ୍ତ ଦିବସକୁ ଉତ୍କଳ ଦିବସ ଭାବେ ଓଡ଼ିଶାର...

ଘରେ ପଶି ଯୁବକଙ୍କୁ ହାଣି ଲୁଟିନେଲେ…

ବାଲେଶ୍ବର,୨୪।୩: ବାଲେଶ୍ବର ଜିଲା ସିମୁଳିଆ ଥାନା ବାଟି ପଞ୍ଚାୟତ ବଣଗଢ଼ିଆ ଗାଁରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଗାଁର ଆନନ୍ଦ ବେହେରାଙ୍କ ଘରେ ୫ଜଣ...

କଣ୍ଟିଲୋରେ ରାଷ୍ଟ୍ରପତି

ନୟାଗଡ଼,୨୪ା୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।...

ଓଡ଼ିଶାରେ ରାଷ୍ଟ୍ରପତି: ବିମାନବନ୍ଦରରେ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୨୪।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ସୋମବାର ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ଭବ୍ୟ...

ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ୍‌ ରାସ୍ତା ଜବରଦଖଲ: ଉଚ୍ଛେଦ ନ ହେଲେ…

ବରଗଡ଼,୨୪ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରମ ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନେଇ ଗତ ୨୦୨୩ ରୁ ଦାବି ଜୋର୍‌ ଧରି ଆସିଛି।...

ଘର ଉପରେ ଉପୁଡି ପଡ଼ିଲା ଆମ୍ବଗଛ: ମା’-ପୁଅ ଗୁରୁତର

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖେମୁଣ୍ଡିଖୋଲ ଗ୍ରାମରେ ସୋମବାର ଏକ ଅଘଟଣ ଘଟିଛି। ଗ୍ରାମର ଏକ ଚାଳଛପର ଘର ଉପରେ ଏକ...

ରାସ୍ତାରେ ଆଇଇଡି ଖଞ୍ଜିଥିଲେ ମାଓବାଦୀ, ଯବାନଙ୍କ ପିକ୍‌ଅପ୍‌ ଯିବା ସମୟରେ…

ମାଲକାନଗିରି,୨୪ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଓ ଭୋପାଳପାଟନମ୍‌ ଜାତୀୟ ରାଜପଥରେ ମାଓବାଦୀମାନେ ଏକ ବଡ଼ଧରଣର ବିସ୍ଫୋରଣ ଘଟାଇଛନ୍ତି। ବିଜାପୁର ଗୋର୍ଲା ନାଲା ନିକଟରେ...

ଶଙ୍କରଙ୍କ ଦର୍ଶନ ପାଇଁ ଚାରିଧାମ ସାଇକେଲ ଯାତ୍ରାରେ ବାହାରିଲେ ଯୁବକ ଶଙ୍କର

ଦାରିଙ୍ଗବାଡ଼ି,୨୪ା୩(ଅରୁଣ ସାହୁ): ଶଙ୍କରଙ୍କ ଦର୍ଶନ ପାଇଁ ଶଙ୍କର ବାହାରିଛନ୍ତି ସେ ବି ସାଇକଲରେ। ଏଭଳି ଘଟଣା ଦେଖିବାକୁ ମିଳିଛି ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri