ବନ୍ଧୁକ ଦେଖାଇ ବଟି ଆଦାୟ ଅଭିଯୋଗରେ ଯୁବକ ଗିରଫ

ଦାରିଙ୍ଗବାଡ଼ି,୨୮ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଭ୍ରମରବାଡ଼ି ଅଞ୍ଚଳରେ ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ବଟି ଆଦାୟ କରୁଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏଥିସହ ତାଙ୍କ ଠାରୁ ଏକ ବନ୍ଧୁକ ଜବତ କରାଯାଇଥିବା ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝି କହିଛନ୍ତି। ଗିରଫ ଯୁବକ ଜଣକ ହେଲେ ଭ୍ରମରବାଡ଼ି ପଞ୍ଚାୟତ ଡମକ୍ଲିୟୁ ଗ୍ରାମର ବାପି ପ୍ରଧାନ।

ପ୍ରକାଶ ଯେ, ଚଳିତମାସ ୧୩ ତାରିଖ ରାତିରେ ଭ୍ରମରବାଡ଼ି ଗ୍ରାମର ନିଧିଆ ସାହୁ ନିଜ ରାଶନ ଦୋକାନରେ ଥିବା ବେଳେ ବାପି ସେଠାରେ ପହଞ୍ଚି ନିଧିଆଙ୍କ ମୁଣ୍ଡରେ ବନ୍ଧୁକ ରଖି ୧୦ ହଜାର ଟଙ୍କା ଦେବାକୁ କହିଥିଲେ। ନିଧିଆ ତାଙ୍କ ନିକଟରେ ଏତେଗୁଡ଼ିଏ ଟଙ୍କା ନ ଥିବା କହିଥିଲେ। ବାପି ନିଧିଆଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଏଥିରେ ଭୟଭୀତ ହୋଇ ନିଧିଆ ତାଙ୍କ ନିକଟରେ ମାତ୍ର ୧ ହଜାର ଟଙ୍କା ଥିବା କହି କାକୁତି ମିନତୀ ହୋଇ୧ ହଜାର ଟଙ୍କା ଦେଇଥିଲେ। ପରେ ବଳକା ଟଙ୍କା ଦେବି ବୋଲି କହିଥିଲେ। ବାପି ୧ ହଜାର ନେଇ ସେହିଦିନ ପଳାଇଥିଲେ ଏବଂ ପୁଣି ସୋମବାର ଅପରାହ୍ନରେ ଆସି ୧୦ ହଜାର ଟଙ୍କା ମାଗିଥିଲେ। ଆଜି ରାତିରେ ଆସି ନେବି ବୋଲି ବାପି କହୁଥିବା ସମୟରେ ତାଙ୍କ ଦୋକାନଙ୍କୁ ଗ୍ରାହକମାନେ ଆସି ଯିବାରୁ ବାପି ସେଠାରୁ ପଳାଇଥିତ୍ଲେ। ଏନେଇ ନିଧିଆ ଦାରିଙ୍ଗବାଡ଼ିି ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା୧୨୬/୨୧ ରୁଜୁ କରି ବାପିଙ୍କୁ ମଙ୍ଗଳବାର ସନ୍ଧ୍ୟାରେ ଗିରଫ କରିବାରେ ସଫଳ ହୋଇଥିଲା ବୋଲି ଆଇଆଇସି ମାଝି କହିଛନ୍ତି ା ସେ କହିଛନ୍ତି, ବାପି କେଉଁଠାରୁ ଏହି ବନ୍ଧୁକ ଆଣିଲେ ଏହାର ତଦନ୍ତ କରାଯିବା ତାଙ୍କ ସହ ଆଉ କେଉଁମାନେ ସାମିଲ ହୋଇଛନ୍ତି ନାହିଁ ଅଧିକ ତଦନ୍ତ ଚାଲିଥିବା ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri