ଆସନ୍ତାକାଲି ପଡିଥାନ୍ତା ହାତଗଣ୍ଡି, ଆଜି ଚାଲିଗଲା ଜୀବନ: ଗଛ କାଟିବାବେଳେ…

ରାଜଗାଙ୍ଗପୁର,୧୦।୨: ଆସନ୍ତାକାଲି ଥିଲା ବାହାଘର, ଆଜି ଚାଲିଗଲା ଜୀବନ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲାଞ୍ଜିବନା ଗାଁରେ। ଗଛ କାଟିବା ବେଳେ ୩୩ କେଭି ତାରରେ କରେଣ୍ଟ ଲାଗି ଯୁବକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଆସନ୍ତାକାଲି ପଡିଥାନ୍ତା ହାତଗଣ୍ଡି। ହେଲେ ତା’ପୂର୍ବରୁ ଏଭଳି ଅଘଟଣ ଘଟିଯାଇଛି। ଯାହାକୁ ନେଇ ଏବେ ଗାଁରେ ଶୋକର ପରିବେଶ ସୃଷ୍ଟି ହୋଇଛି।

Dharitri – Odisha’s No.1 Odia Daily