Posted inଖେଳ

ସୁରକ୍ଷା ବ୍ୟାରିକେଡ୍‌ ଡେଇଁ ବାବରଙ୍କ ଡ୍ରେସିଂ ରୁମ୍‌ରେ ପଶିଲେ ଯୁବକ: ଆଉ ତା’ପରେ…

ଲାହୋର,୧୬ା୧୦: ବାବର ଆଜମଙ୍କୁ ଭେଟିବା ପାଇଁ ଜଣେ ପ୍ରଶଂସକ ଗଦ୍ଦାଫି ଷ୍ଟାଡିୟମରେ ସୁରକ୍ଷା ବ୍ୟାରିକେଡ୍‌ ଡେଇଁ ପାକିସ୍ତାନ ଡ୍ରେସିଂ ରୁମ୍‌ରେ ପଶିବାକୁ ଚେଷ୍ଟା କରିଥିଲେ। ଉକ୍ତ ପ୍ରଶଂସକଙ୍କୁ ରିମାଣ୍ଡରେ ନିଆଯିବା ପରେ ପୋଲିସ ଛାଡ଼ି ଦେଇଛି।

ଉକ୍ତ ଯୁବକଙ୍କ ନାମ ଓଭାଇସ। ଡବ୍ଲ୍ୟୁଟିସି ଚାମ୍ପିୟନ ଦକ୍ଷିଣ ଆଫ୍ରିକା ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନ ଓଭାଇସ ପାକିସ୍ତାନ ଡ୍ରେସିଂ ରୁମର ବାଲକୋନିକୁ ଚଢ଼ି ଯାଇଥିଲେ। ଏହା ପାକିସ୍ତାନ ଦଳର ମୁଖ୍ୟ କୋଚ୍‌ ଆଝାର ମହମୁଦଙ୍କ ସମେତ ସପୋର୍ଟ ଷ୍ଟାଫ୍‌ଙ୍କୁ ଚକିତ କରିଥିଲା।

ପରେ ମହମୁଦ ସୁରକ୍ଷା ଅଧିକାରୀଙ୍କୁ ପରିସ୍ଥିତି ସମ୍ଭାଳିବାକୁ କହିଥିଲେ। ତାଙ୍କୁ ସୁରକ୍ଷା କର୍ମୀଙ୍କ ଦ୍ୱାରା ଏସକର୍ଟ କରି ନିଆଯାଉଥିବା ବେଳେ ସେ ବାବରଙ୍କୁ ତାଙ୍କ ଜନ୍ମଦିନରେ ଭେଟିବାକୁ ବାରମ୍ବାର ଅନୁରୋଧ କରୁଥିଲେ। ତାଙ୍କୁ ଗୁଲବର୍ଗ ଥାନା ନିଆଯାଇ ସେଠାରେ ପଚାରଉଚରା କରାଯାଇଥିଲା। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପକ୍ଷରୁ କୌଣସି ମକଦ୍ଦମା ରୁଜୁ କରାଯାଇ ନ ଥିବାରୁ ପୋଲିସ ଉକ୍ତ ପ୍ରଶଂସକଙ୍କୁ ଛାଡ଼ି ଦେଇଥିଲା।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri