ଚେନ୍ନାଇରୁ ଘରକୁ ଫେରିବାବେଳେ ରାସ୍ତାରେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଯୁବକଙ୍କ ଜୀବନ

ଦେବଗଡ଼,୨୬ା୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳ କୁର ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ ଦେବଗଡ଼ ଥାନା ନୂଆଁଗାଁ ଗ୍ରାମର ମୁନା ନାଏକ(୪୫) ବୋଲି ଜଣାପଡ଼ିଛ।

ମିଳିଥିବା ସୂଚନାନୁଯାୟୀ, ମୁନା ଚେନ୍ନାଇରେ ଜଣେ ଶ୍ରମିକ ଭାବେ କାମ କରୁଥିବା ବେଳେ ନୂଆଗାଁସ୍ଥିତ ନିଜ ଘରକୁ ଫେରୁଥିଲେ। ମାତ୍ର ରବିବାର ରାତିରେ ମୁନ୍ନା କୁରଡ଼ ପଟୁ ଦେବଗଡ଼ ପଟକୁ ଆସୁଥିବା ବେଳେ କୁରଡ଼ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ମାତ୍ର ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ନିମନ୍ତେ ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ନିଆଯାଉଥିଲା। ତେବେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା । ସୂଚନା ପାଇ ଦେବଗଡ଼ ଥାନା ପୋଲିସ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ ଚଳାଇବା ସହ ମୁନ୍ନାଙ୍କ ମୃତଦେହ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ତେବେ ମୁନ୍ନାଙ୍କ ଘର ଦେବଗଡ଼ ସହର ଉପକଂଠସ୍ଥ ନୂଆଁଗାଁ ଗ୍ରାମରେ ହୋଇଥିବା ବେଳେ ରାତିରେ ସେ କେଉଁ ପରିସ୍ଥିତିରେ ସେହି ରାସ୍ତାରେ ଯାଉଥିଲେ ତାହା ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଅନ୍ୟପକ୍ଷରେ ସେ ସମ୍ବଲପୁରରୁ କୌଣସି ବସ୍‌ ଯୋଗେ ଆସି ପୁରୁଣାଗଡ଼ ନିକଟସ୍ଥ ବାଇପାସ ଛକରେ ଓହ୍ଲାଇବା ସହ ଉକ୍ତ ରାସ୍ତାରେ ଯାଉଥିବା ସମୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଅନୁମାନ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ବାତ୍ୟା: ଆଜି ରାତି ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ

ଭୁବନେଶ୍ୱର,୨୬ା୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା । ଫଳରେ ଏହି ବାତ୍ୟାକୁ ନେଇ ଏବେ ଉପକୂଳବର୍ତ୍ତୀ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି। ଗଭୀର ଅବପାତରୁ ରୂପ ନେଇଥିବା…

ସୂର୍ଯ୍ୟଙ୍କ ନକ୍ଷତ୍ର ପରିବର୍ତ୍ତନରୁ ଚମକିବ ୩ ରାଶିର ଭାଗ୍ୟ, ନଭେମ୍ବର ସୁଦ୍ଧା ବ୍ୟବସାୟରେ ପ୍ରବଳ ଲାଭ! ଜାଣନ୍ତୁ ସେହି ରାଶି କିଏ…

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ୨୪ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାହୁଙ୍କ ନକ୍ଷତ୍ର ସୱାତୀରେ ପ୍ରବେଶ କରିଛନ୍ତି। ସୂର୍ଯ୍ୟ ଏହି ନକ୍ଷତ୍ରରେ ନଭେମ୍ବର ୬, ୨୦୨୬ ପର୍ଯ୍ୟନ୍ତ ଅବସ୍ଥାନ…

ବ୍ୟାଟ ଛାଡ଼ିବେ ନା ଖେଳ ଜାରି ରଖିବେ? ଅବସର ଚର୍ଚ୍ଚା ଉପରେ ରୋହିତଙ୍କ ସ୍ପଷ୍ଟ ଜବାବ, କହିଦେଲେ…

ନୂଆଦିଲ୍ଲୀ, ୨୬।୧୦: ଭାରତୀୟ କ୍ରିକେଟ ଦଳର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମାଙ୍କ ଅବସରକୁ ନେଇ ଗତ କିଛି ମାସ ମଧ୍ୟରେ ଅନେକ ଥର ଗୁଜବ ସାମ୍ନାକୁ ଆସିଛି।…

ଏଇ ଭାରତରେ

ଏକାଗ୍ରତାର ସହ ନୂତନତ୍ୱର ଅନ୍ବେଷଣ କଲେ ସଫଳତା ନିଶ୍ଚୟ ମିଳେ, ଯାହା ପ୍ରମାଣ କରିଛନ୍ତି ଉତ୍ତରପ୍ରଦେଶ ପ୍ରୟାଗରାଜର ବିମଳ କିଶୋର। ବିମଳ ଜଣେ ଦିବ୍ୟାଙ୍ଗ। ଏଣୁ ସେ…

ଶିକ୍ଷାନୁଷ୍ଠାନ ନେତୃତ୍ୱର ଅନ୍ତୁଡ଼ିଶାଳ

ଭଗବାନଙ୍କୁ ପୂଜା କରିବା ପାଇଁ ଆମେ ମନ୍ଦିରକୁ ଯାଉ। ଜ୍ଞାନ ଓ ଶିକ୍ଷା ରୂପକ ଅମୂଲ୍ୟ ରତ୍ନ ହାସଲ କରିବା ପାଇଁ ପିଲାମାନେ ବିଦ୍ୟାଳୟକୁ ଯାଆନ୍ତି। ଏହି…

ନିବେଶ ଚମକ, ତୃଷାର ଛାୟା

ଭାରତରେ ଗୁଗଲ୍‌ର ପ୍ରସ୍ତାବିତ ଡାଟା ସେଣ୍ଟର ଏବଂ ଏହା ସହିତ ଜଡ଼ିତ ଜଳ ସଙ୍କଟ ଏକ ଗଭୀର ବିଡ଼ମ୍ବନାର ପର୍ଦ୍ଦାଫାଶ କରୁଛି। ସରକାର ଏହାକୁ ‘ଐତିହାସିକ ନିବେଶ’…

ପ୍ରଯୁକ୍ତିବିଦ୍ୟାର ଚମତ୍କାରିତା: ଏଣିକି ଇଣ୍ଟରନେଟ୍‌ରେ ପଠାଇହେବ ସୁଗନ୍ଧ

ୱାଶିଂଟନ, ୨୬ା୧୦: ଡିଜିଟାଲ ଦୁନିଆରେ ବର୍ତ୍ତମାନ ସୁଦ୍ଧା ଆମେ କେବଳ ଫଟୋ, ଭିଡିଓ ଏବଂ ଅଡିଓ ଶେୟାର୍‌ କରିପାରୁଛୁ। କିନ୍ତୁ ଏବେ ଦୂରରେ ଥାଇ ମଧ୍ୟ ପରସ୍ପରକୁ…

ଲୁଲାଙ୍କ ବଡ଼ ବିଜୟ: ରାଷ୍ଟ୍ରପତି ନିର୍ବାଚନ ଜିତି ଚତୁର୍ଥ ଥର କ୍ଷମତାକୁ ଫେରିଲେ!

ବ୍ରାସିଲିଆ, ୨୬।୧୦: ବ୍ରାଜିଲରେ ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଦା ସିଲଭା କଡ଼ା ମୁକାବିଲାରେ କନଜରଭେଟିଭ ପ୍ରାର୍ଥୀ ଫ୍ଲାଭିଓ ବୋଲସୋନାରୋଙ୍କୁ ପରାସ୍ତ କରି ପୁଣିଥରେ କ୍ଷମତା ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?