ଯୁବତୀଙ୍କୁ ଲଜ୍‌ରେ ସିନ୍ଦୂର ପିନ୍ଧାଇ ବିବାହ କରିଥିଲେ ଯୁବକ, ଶାରୀରିକ ସମ୍ପର୍କ ରଖିବା ପରେ…

ରିଷିଡ଼ା,୩ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ଥାନା ଅନ୍ତର୍ଗତ ରିଷିଡ଼ା ଫାଣ୍ଡି ଅଞ୍ଚଳର ଜଣେ କଲେଜ ପଢୁଆ ଯୁବକ ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ପରେ ଏବେ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ସମ୍ପୃକ୍ତ ଯୁବକଙ୍କ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବା ଜଣାଯାଇଛି। ମ.ରାମପୁର ଥାନା ଅନ୍ତର୍ଗତ ଡୁମେରଗୁଡ଼ା (ଡଙ୍ଗାବାହାଲ)ର ଜଣେ ଯୁବତୀଙ୍କ ସହ ରିଷିଡ଼ା ଗାନ୍ଧୀନଗରପଡ଼ାର ଯୁବକ ଯୁଗଳ କିଶୋର ସିକଚାନ୍ଦଙ୍କର ଗତ ୪ବର୍ଷ ହେବ ପ୍ରେମସମ୍ପର୍କ ଗଢ଼ି ଉଠିଥିଲା। ଦୁଇବର୍ଷ ତଳେ ସେ ଦୁହେଁ ଫୁଳମାଳ ଓ ସିନ୍ଦୂର ପିନ୍ଧାଇ ଏକ ଲଜରେ ବିବାହ କରିଥିଲେ। ତା’ ପରେ ଯୁଗଳ ଉକ୍ତ ଯୁବତୀଙ୍କ ସହ ଜୋରଜବରଦସ୍ତ ଶାରୀରିକ ସମ୍ପର୍କ ରଖିଥିଲେ। ଇତି ମଧ୍ୟରେ ଯୁବତୀ ଦୁଇଥର ଗର୍ଭବତୀ ହେବାରୁ ତାଙ୍କର ଗର୍ଭପାତ ମଧ୍ୟ କରାଇଥିଲେ। ତେବେ ବର୍ତ୍ତମାନ ଯୁବକ ଓ ତାଙ୍କ ଘରଲୋକେ ଉକ୍ତ ଯୁବତୀଙ୍କୁ ବୋହୂ ଭାବେ ଗ୍ରହଣ କରିବା ପାଇଁ ମନା କରି ଗଣ୍ଡଗୋଳ କରିବାରୁ ଯୁବତୀ ରିଷିଡ଼ା ଫାଣ୍ଡିରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ରିଷିଡ଼ା ଫାଣ୍ଡି ଅଧିକାରୀ ମନୁଆ ବିଡ଼ିକା ଯୁବକଙ୍କୁ ଗିରଫ କରିଥିବା ବେଳେ ମ.ରାମପୁର ଥାନାଧିକାରୀ ସଂଯୁକ୍ତା ପଧାନ ଯୁବକକୁ ଆଜି କୋର୍ଟ ଚାଲାଣ କରିବା ସହ ଏଥିରେ ଆଉ କିଏ ସମ୍ପୃକ୍ତ ଅଛନ୍ତି ତା’ର ତଦନ୍ତ ଚାଲିଥିବା ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ ପୂର୍ବରୁ ଭାବୁକ ହେଲେ ଶିବକୁମାର, ମା’ଙ୍କ ପାଦ ଛୁଇଁ…

ବେଙ୍ଗାଲୁରୁ,୩ା୬: କର୍ନାଟକରେ ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ହୋଇଥିବା ଡି.କେ. ଶିବକୁମାରଙ୍କ ସହିତ ଆଜି ୧୩…

ଚାଲିଥିଲା ବୈଠକ, ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କଲେ ଜିଲାପରିଷଦ ସଭ୍ୟ

ଖୋର୍ଦ୍ଧା,୩ା୬(ପ୍ରଭାତ ପାଣିଗ୍ରାହୀ): ଜିଲା ପରିଷଦ ବୈଠକରେ ଏକ ଅଭବାନୀୟ ଘଟଣା ଦେଖିବାକୁ ମିଳିଛି। ଜନପ୍ରତିନିଧିଙ୍କୁ ବୋଲଗଡ ବିଡିଓଙ୍କ ଅଣଦେଖା, ଦୁର୍ବ୍ୟବହାର ଏବଂ ଅସହଯୋଗ ମନୋଭାବ ପ୍ରତିବାଦରେ ୨୭…

ଜଣେ ଛାତ୍ରଙ୍କୁ ପଢ଼ାଇବା ପାଇଁ ଏତେଟଙ୍କା ଚାର୍ଜ କରନ୍ତି ଖାନ୍‌ ସାର? କୋଚିଂ ଫିସ୍‌ ଜାଣିଲେ…

ନୂଆଦିଲ୍ଲୀ,୩।୬: ଖାନ ସାରଙ୍କୁ କିଏ ବା ନଜାଣେ.. ନିଜର ନିଆରା ପଢ଼ାଇବା ଶୈଳୀ ପାଇଁ ସାରା ଦେଶରେ ପ୍ରସିଦ୍ଧ ଖାନ ସାର୍‌ ଲକ୍ଷ ଲକ୍ଷ ପିଲାଙ୍କ ପ୍ରିୟ…

ବିମାନବନ୍ଦରରେ ରିଲ୍ସ କରୁଥିଲେ ସାବଧାନ! ଆସିଲା ନୂଆ ନିୟମ, ନଚେତ୍ ହୋଇପାରେ

ନୂଆଦିଲ୍ଲୀ,୩।୬: ଏଣିକି ବିମାନବନ୍ଦରରେ ସେଲଫି ନେବା, ଇନଷ୍ଟାଗ୍ରାମ ରିଲ୍ ତିଆରି କରିବା କିମ୍ବା ଯାତ୍ରା ଭ୍ଲଗ୍ ସୁଟିଂ କରୁଥିବା ପ୍ରେମୀମାନଙ୍କୁ ସତର୍କ ରହିବାକୁ ପଡିବ ।ଡିଜିସିଏ ବିମାନବନ୍ଦର ପରିସରରେ…

ଦିନେ ଛାଡ଼ି ଦେଇଥିଲେ ୧୦୭ କୋଟି ଟଙ୍କାର ଅଫର୍, ଆଜି ଖାନ ସାରଙ୍କ କୋଚିଂ ଫିସ୍‌, ମାସକୁ କେତେ ଲକ୍ଷ ଟଙ୍କା ରୋଜଗାର ଜାଣନ୍ତୁ…

ନୂଆଦିଲ୍ଲୀ,୩।୬: ପ୍ରସିଦ୍ଧ ଶିକ୍ଷକ ତଥା ୟୁଟ୍ୟୁବର୍‌ ଖାନ ସାର୍‌ (Khan Sir) ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିହାରର ରାଜଧାନୀ ପାଟନାରେ ଥିବା ତାଙ୍କ କୋଚିଂ ପ୍ରତିଷ୍ଠାନ…

କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା: ଭବିଷ୍ୟତରେ ନିଷ୍ଠାର ସହ ଆଗକୁ ବଢ଼ିବାକୁ ପରାମର୍ଶ

କୋରାପୁଟ,୩ା୬(ଅମିତାଭ ବେହେରା): କୋରାପୁଟ ଜିଲାର ନାରାୟଣପାଟଣା ବ୍ଲକ ପକ୍ଷରୁ ବୁଧବାର କୃତୀ ଛାତ୍ରୀଛାତ୍ରଙ୍କୁ ଉପଢୌକନ, ପ୍ରମାଣପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ନାରାୟଣପାଟଣା ବ୍ଲକ…

IND vs AFG: ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଖେଳିବେନି ମହମ୍ମଦ ସିରାଜ! ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୩।୬: ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରେ ଡାହାଣହାତୀ ଦ୍ରୁତ ବୋଲର ମହମ୍ମଦ ସିରାଜ ଖେଳିବା ସମ୍ଭାବନା ବହୁତ କମ୍ ରହିଛି । ଏହି ଟେଷ୍ଟ ମ୍ୟାଚ୍ ଜୁନ୍…

ସରକାରୀ କର୍ମଚାରୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ! ଲଞ୍ଚ ପାଇଁ ଘରକୁ ଯିବା ମନା, ୬ ମାସ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩।୬: ଇନ୍ଧନ, ବିଜୁଳି ଏବଂ ଅତ୍ୟାବଶ୍ୟକ ସମ୍ପଦର ସୀମିତ ତଥା ମିତବ୍ୟୟୀ ବ୍ୟବହାର ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ପାଇଁ ନୂଆ ମାର୍ଗଦର୍ଶିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri