Posted inଫୁରସତ

ପାଣି ମଝିରେ କ୍ରିକେଟ୍‌ ଖେଳିଲେ ଯୁବକ: ଭିଡିଓ ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ପିଲାମାନଙ୍କୁ ରାସ୍ତାରେ, ଘରର ବଗିଚାରେ, ଛାତରେ, ପଡ଼ିଆରେ ଏବଂ କ୍ଷେତରେ ମ୍ୟାଚ ଖେଳୁଥିବା ଦେଖିଥିବେ। କିନ୍ତୁ କେବେ ପିଲାମାନଙ୍କୁ ଏପରି ଏକ ସ୍ଥାନରେ କ୍ରିକେଟ ଖେଳୁଥିବା ଦେଖିଥିବେ ଯାହାକୁ ଆପଣ କଳ୍ପନା ମଧ୍ୟ କରିପାରିବେ ନାହିଁ? ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବା ପରେ ୟୁଜର୍ସମାନେ ଏହାକୁ ଓ୍ବାଟର କ୍ରିକେଟ ନାମ ଦେଇଛନ୍ତି।
ଏହି ଭିଡିଓରେ ଦେଖିପାରିବେ ଯେ, କେନାଲରେ ପାଣି ପ୍ରବାହିତ ହେଉଛି। ଜଣେ ଯୁବକ କେନାଲର ଗୋଟିଏ ପାର୍ଶ୍ୱରେ ବ୍ୟାଟ୍‌ ଧରି ବ୍ୟାଟିଂ କରୁଥିବା ଦେଖାଯାଉଛି। ଅନ୍ୟ ପାର୍ଶ୍ୱରୁ ଜଣେ ଯୁବକ ବୋଲିଂ କରୁଛନ୍ତି। ଯୁବକମାନେ କେନାଲ ଜଳକୁ ଏକ ପିଚରେ ପରିଣତ କରିଛନ୍ତି। ଏହା ଦେଖି ଯେକେହି ଆଶ୍ଚର୍ଯ୍ୟ ହେବେ।
ଏହି ଭାଇରାଲ ଭିଡିଓକୁ ଇନଷ୍ଟାଗ୍ରାମରେ pitu.roy ନାମକ ଜଣେ ୟୁଜର ପୋଷ୍ଟ କରିଛନ୍ତି। ଏହା କ୍ୟାପସନରେ ଲେଖାଯାଇଛି – ଅଭ୍ୟାସ। ଏହି ରିଲକୁ ଏପର୍ଯ୍ୟନ୍ତ ୮ ଲକ୍ଷରୁ ଅଧିକ ଥର ପସନ୍ଦ କରାଯାଇଛି।

 

View this post on Instagram

 

A post shared by Pitu (@pitu.roy)


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri