Posted inଜାତୀୟ

କାର୍‌ରେ ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ: ତା’ପରେ ଘଟିଲା…

ଭୋପାଳ,୧୪ା୨:ଭୋପାଳରେ ଜଣେ ଏକାଦଶ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ସହ ବ୍ଲାକ୍‌ମେଲ୍‌ କରାଯାଇଛି। ବଳାତ୍କାର ସମୟର ଭିଡିଓ ଶୁଟିଂ କରି ତାଙ୍କ ଠାରୁ ଟଙ୍କା ଦାବି କରାଯିବା ସହ ଧର୍ମ ପରିବର୍ତ୍ତନ ପାଇଁ ବାଧ୍ୟ କରାଯାଇଥିଲା। ପୋଲିସ ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ପୀଡ଼ିତା ଛାତ୍ରୀ ଜଣଙ୍କ ଭୋପାଳର ଶାହାପୁରା ଅଞ୍ଚଳରେ ଏକ ପ୍ରତିଷ୍ଠିତ ସ୍କୁଲରେ ପଢୁଥିଲେ। ଅଉସଫ୍‌ ଅଲ୍ଲୀ ଖାନ୍‌ ନାମକ ଯୁବକଙ୍କ ସହ ପରିଚିତ ହୋଇଥିଲେ। ଉଭୟଙ୍କ ମଧ୍ୟରେ ବନ୍ଧୁତା ବଢିଥିଲା ବେଳେ ଅଉସଫ୍‌ ଛାତ୍ରୀଙ୍କୁ ବାହାରକୁ ବୁଲିଯିବାକୁ କହିଥିଲେ। ବୁଲିବା ନାମରେ ଅଉସଫ୍‌ ଛାତ୍ରୀଙ୍କୁ ଖାନୁଗାଓଁ ଅଞ୍ଚଳର ଏକ ନିଛାଟିଆ ସ୍ଥାନକୁ ନେଇ ତାଙ୍କ କାର୍‌ରେ ବଳାତ୍କାର କରିଥିଲେ। ବଳାତ୍କାର ବେଳେ ମାଜ୍‌ ଖାନ୍‌ କାର୍‌ ବାହାରେ ଥାଇ ଏହାର ଭିଡିଓ ରେକର୍ଡ କରିଥିଲେ। ସେମାନେ ଛାତ୍ରୀଙ୍କୁ ଏହି ଭିଡିଓ ଦେଖାଇ ୧ ଲକ୍ଷ ଟଙ୍କା ଦାବି କରିଥିଲେ। ଛାତ୍ରୀ ୪୦ ହଜାର ଯୋଗାଡ଼ କରଥିଲେ ହେଁ ଏହି ଦୁଇ ଜଣ ଅଧିକ ଟଙ୍କା ଦାବି କରି ଭିଡିଓ ଭାଇରାଲ କରିବାକୁ ଧମକ ଦେଇଥିଲେ। ଅଉସଫ୍‌ ଏବଂ ମାଜ୍‌ ଛାତ୍ରୀଙ୍କ ଅନ୍ୟ ସାଙ୍ଗମାନଙ୍କୁ ଫୋନ କରି ଛାତ୍ରୀଙ୍କୁ ଇସଲାମ୍‌ ଧର୍ମ ଗ୍ରହଣ କରିବାକୁ ବାଧ୍ୟ କରିଥିଲେ। ଛାତ୍ରୀ ନିଜ ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ କହିଥିଲେ। ଥାନାରେ ଏତଲା ଦିଆଯିବା ପରେ ପୋଲିସ ଅଉସଫ୍‌ ଏବଂ ମାଜ୍‌ ଖାନଙ୍କୁ ଗିରଫ କରିଛି। ଏହି ଛାତ୍ରୀଙ୍କ ବ୍ୟତୀତ ଅଉସଫ୍‌ ପୂର୍ବରୁ ଅନ୍ୟ କୌଣସି ମହିଳାଙ୍କୁ ଟାର୍ଗେଟ କରିଥିଲେ କି ନାହିଁ ସେ ସମ୍ପର୍କରେ ତଦନ୍ତ କରିବାକୁ ଏସ୍‌ଆଇଟି ଗଠନ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri