ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ନିକଟ ବୃନ୍ଦାବନ ପଲ୍ଲୀ ର ଅନିଲ ନାୟକ(୨୪)। ସେ ଛୋଟ ବେଳରୁ ଚଷାନିମଖଣ୍ଡି ଗ୍ରାମସ୍ଥିତ ତାଙ୍କ ମାମୁ ପବନା ନାୟକଙ୍କ ଘରେ ରହୁଥିଲେ। କୌଣସି କାମରେ ସେ ତାଙ୍କ ବାଇକ୍‌ (ନଂ. ଓଡି ୦୭ ଏଏଲ -୫୦୮୮) ରେ ଯାଉଥିବା ବେଳେ ନିଜେ ଭାରସାମ୍ୟ ହରାଇ ବାଇକ୍‌ ସହ ରାସ୍ତା ଉପରେ କଚାଡ଼ି ହୋଇ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ବିଡମ୍ବନାର ବିଷୟ ମୃତ୍ୟୁ ପରେ ସ୍ବାସ୍ଥ୍ୟକେନ୍ଦ୍ର କର୍ତ୍ତୃପକ୍ଷ ଦିଗପହଣ୍ଡି ପୋଲିସ କିମ୍ବା ଅନିଲଙ୍କ ପରିବାର ଲୋକଙ୍କୁ ଖବର ଦେଇ ନ ଥିଲେ। ମୃତଦେହ ସନ୍ଧ୍ୟା ଯାଏ ସ୍ବାସ୍ଥ୍ୟକେନ୍ଦ୍ରରେ ପଡ଼ି ରହିଥିଲା। ଖବର ପାଇ ପରିବାର ଲୋକେ ସନ୍ଧ୍ୟାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଥିଲେ। ଏନେଇ ଅନିଲଙ୍କ ମାଇଁ ପ୍ରଶାନ୍ତି ନାୟକ ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ ଆଇଆଇସି କିଶୋର କୁମାର ସାମଲ ମାମଲା ରୁଜୁ କରିଛନ୍ତି। ପୋଲିସ ଟିମ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ପଠାଇଛନ୍ତି। ରବିବାର ସକାଳେ ବ୍ୟବଚ୍ଛେଦ କରାଯିବା ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଆଇଆଇସି ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?