ଭୁବନେଶ୍ୱର,୨୪ା୫: ଟ୍ରେନ୍ରେ ଚଢ଼ି ସେଲ୍ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି ଫଟୋ ଉଠାଇବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସିଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କଟକ ସ୍ଥାନାନ୍ତର କରାଯାଇଛି।

