କ୍ରିକେଟ ମ୍ୟାଚରେ ହାର ଜିତ୍‌କୁ ନେଇ ବଚ୍‌ସା: ରାତିରେ ଯୁବକଙ୍କୁ ଗୋଡାଇ ଗୋଡାଇ ଖଣ୍ଡାରେ…

ଦିଗପହଣ୍ଡି,୧୯।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ବନ୍ଥପଲ୍ଲୀ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଶିବଶଙ୍କର ବିଷୋୟୀ ନାମକ ଜଣେ ଯୁବକଙ୍କୁ ଗ୍ରାମର କିଛି ଯୁବକ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଗୁରୁବାର ଅପରାହ୍ନରେ ଗ୍ରାମର ଖେଳ ପଡିଆରେ କ୍ରିକେଟ ମ୍ୟାଚ ହୋଇଥିଲା। ଖେଳରେ ହାର ଜିତ୍‌କୁ ନେଇ ଶିବଶଙ୍କରଙ୍କ ସହ ଅପରପକ୍ଷର କିଛି ଯୁବକଙ୍କ ମଧ୍ୟରେ ବଚ୍‌ସା ହୋଇଥିଲା। ଶିବଶଙ୍କର ରାତ୍ରି ଭୋଜନ ସାରି ଘର ପାଖରେ ଠିଆ ହୋଇଥିବା ବେଳେ ଗ୍ରାମର କିଛି ଯୁବକ ତାଙ୍କୁ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ଖଣ୍ଡା, କାତି ,ଠେଙ୍ଗା ଓ ଭୁଜାଲିରେ ଅତର୍କିତ ଆକ୍ରମଣ କରିଥିଲେ। ଶିବଶଙ୍କରଙ୍କୁ ପରିବାର ଲୋକେ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।ସେଠାରେ ତାଙ୍କ ଚିକିତ୍ସା ଚାଲିଛି। ଖବରପାଇ ପୋଲିସ ଟିମ ଗ୍ରାମରେ ପହଞ୍ଚି ପ୍ରାଥମିକ ତଦନ୍ତ କରି ଫେରିଥିଲେ। ପରିବାର ଲୋକେ ଏବଂ ଗ୍ରାମର ବହୁ ସଂଖ୍ୟକ ବ୍ୟକ୍ତି ଶୁକ୍ରବାର ସକାଳେ ଦିଗପହଣ୍ଡି ଥାନାରେ ପହଞ୍ଚି ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ରଙ୍କୁ ସାକ୍ଷାତ କରି ସବିଶେଷ ଆଲୋଚନା କରିବା ସହ ଥାନାରେ ଏତଲା ଦେଇଛନ୍ତି। ଏତଲା ପ୍ରକାରେ ଅଭିଯୁକ୍ତମାନଙ୍କ ନାଁରେ ମକଦ୍ଦମା ରୁଜୁ କରାଯାଇଛି। ଘଟଣାପରେ ଗ୍ରାମରେ ଚପା ଉତ୍ତେଜନା ଲାଗି ରହିଥିଲେ ମଧ୍ୟ ପରିସ୍ଥିତି ନିୟନ୍ତ୍ରଣାଧୀନ ଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri