କ୍ରିକେଟ ମ୍ୟାଚରେ ହାର ଜିତ୍‌କୁ ନେଇ ବଚ୍‌ସା: ରାତିରେ ଯୁବକଙ୍କୁ ଗୋଡାଇ ଗୋଡାଇ ଖଣ୍ଡାରେ…

ଦିଗପହଣ୍ଡି,୧୯।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ବନ୍ଥପଲ୍ଲୀ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଶିବଶଙ୍କର ବିଷୋୟୀ ନାମକ ଜଣେ ଯୁବକଙ୍କୁ ଗ୍ରାମର କିଛି ଯୁବକ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଗୁରୁବାର ଅପରାହ୍ନରେ ଗ୍ରାମର ଖେଳ ପଡିଆରେ କ୍ରିକେଟ ମ୍ୟାଚ ହୋଇଥିଲା। ଖେଳରେ ହାର ଜିତ୍‌କୁ ନେଇ ଶିବଶଙ୍କରଙ୍କ ସହ ଅପରପକ୍ଷର କିଛି ଯୁବକଙ୍କ ମଧ୍ୟରେ ବଚ୍‌ସା ହୋଇଥିଲା। ଶିବଶଙ୍କର ରାତ୍ରି ଭୋଜନ ସାରି ଘର ପାଖରେ ଠିଆ ହୋଇଥିବା ବେଳେ ଗ୍ରାମର କିଛି ଯୁବକ ତାଙ୍କୁ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ଖଣ୍ଡା, କାତି ,ଠେଙ୍ଗା ଓ ଭୁଜାଲିରେ ଅତର୍କିତ ଆକ୍ରମଣ କରିଥିଲେ। ଶିବଶଙ୍କରଙ୍କୁ ପରିବାର ଲୋକେ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।ସେଠାରେ ତାଙ୍କ ଚିକିତ୍ସା ଚାଲିଛି। ଖବରପାଇ ପୋଲିସ ଟିମ ଗ୍ରାମରେ ପହଞ୍ଚି ପ୍ରାଥମିକ ତଦନ୍ତ କରି ଫେରିଥିଲେ। ପରିବାର ଲୋକେ ଏବଂ ଗ୍ରାମର ବହୁ ସଂଖ୍ୟକ ବ୍ୟକ୍ତି ଶୁକ୍ରବାର ସକାଳେ ଦିଗପହଣ୍ଡି ଥାନାରେ ପହଞ୍ଚି ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ରଙ୍କୁ ସାକ୍ଷାତ କରି ସବିଶେଷ ଆଲୋଚନା କରିବା ସହ ଥାନାରେ ଏତଲା ଦେଇଛନ୍ତି। ଏତଲା ପ୍ରକାରେ ଅଭିଯୁକ୍ତମାନଙ୍କ ନାଁରେ ମକଦ୍ଦମା ରୁଜୁ କରାଯାଇଛି। ଘଟଣାପରେ ଗ୍ରାମରେ ଚପା ଉତ୍ତେଜନା ଲାଗି ରହିଥିଲେ ମଧ୍ୟ ପରିସ୍ଥିତି ନିୟନ୍ତ୍ରଣାଧୀନ ଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri