୨ ଯୁବତୀଙ୍କ ସହ ବାଇକ୍‌ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…

ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ ରାସ୍ତାକୁ ବାଇକ୍‌ ଯୋଗେ ଆସୁଥିବା ଜଣେ ଯୁବକ ଏବଂ ୨ ଜଣ ଯୁବତୀଙ୍କୁ ଏକ ଦ୍ରୁତଗାମୀ ୧୦ ଚକିଆ ହାଇଓ୍ବା ସାମ୍ନାପଟୁ ଧକ୍କା ଦେବାରୁ ସେମାନେ ଗୁରୁତର ହୋଇଛନ୍ତି। ଏହି ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ସହ ଦୀର୍ଘ ସମୟ ଧରି ରାସ୍ତା ଅବରୋଧ ହୋଇ ରହିଛି।

ସୂଚନା ମୁତାବକ, ଆଜି ଅପରାହ୍ନରେ ଶ୍ରୀମସ୍କା ଗ୍ରାମର ଶୁଭଶ୍ରୀ ମାଝୀ (୧୬), କେଦାରନାଥ ମାଝୀ (୧୯) ଏବଂ ସୌରଭି ମାଝୀ (୧୮) ଏକ ବାଇକ୍‌ (OR 08 K 3553) ଯୋଗେ ଗ୍ରାମରୁ ବାହାରି ମୁଖ୍ୟ ରାସ୍ତା ଉପରକୁ ଆସୁଥିଲେ। ଏହି ସମୟରେ ଥୁଆମୂଳ ରାମପୁର ପଟୁ ଅତ୍ୟନ୍ତ ବେପରୁଆ ଭାବେ ଆସୁଥିବା ଏକ ହାଇଓ୍ବା (OD 08 W 3392) ସେମାନଙ୍କୁ ଶକ୍ତ ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ବାଇକ୍‌ଟି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଥିବା ବେଳେ ତିନି ଆରୋହୀ ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାସ୍ତା ଉପରେ ପଡ଼ିରହିଥିଲେ।

ଆହତମାନଙ୍କୁ ପ୍ରଥମେ ଆମ୍ବୁଲାନ୍ସ ଯୋଗେ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ଡାକ୍ତର ଅନମୋଲ ରଣା ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ତେବେ ସରକାରୀ ସ୍ବାସ୍ଥ୍ୟ ସେବାର ବିକଳ ଚିତ୍ର ଏଠାରେ ଦେଖିବାକୁ ମିଳିଥିଲା। ଶୁଭଶ୍ରୀଙ୍କୁ ସ୍ଥାନାନ୍ତର ପାଇଁ ଆମ୍ବୁଲାନ୍ସ ମିଳିଥିବା ବେଳେ କେଦାର ଏବଂ ସୌରଭିଙ୍କ ପାଇଁ କୌଣସି ବ୍ୟବସ୍ଥା ହୋଇପାରି ନ ଥିଲା। ଶେଷରେ ପରିବାର ଲୋକେ ବାଧ୍ୟ ହୋଇ ନିଜସ୍ବ ଅର୍ଥରେ ଗାଡ଼ି ଭଡ଼ା କରି ଉଭୟଙ୍କୁ ଭବାନୀପାଟଣା ନେଇଥିବା ଜଣାପଡ଼ିଛି।

ଦୁର୍ଘଟଣା ପରେ ସ୍ଥାନୀୟ ଗ୍ରାମବାସୀ ଉତ୍ତ୍ୟକ୍ତ ହୋଇ ହାଇଓ୍ବାକୁ ଅଟକ ରଖିବା ସହ ଶ୍ରୀମସ୍କା ଛକଠାରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଚାଳକ ଜଣକ ମଦ୍ୟପାନ କରିଥିବା ନେଇ ଲୋକେ ଅଭିଯୋଗ କରିଛନ୍ତି। ଖବର ଲେଖାଯିବା ସୁଦ୍ଧା ରାସ୍ତା ଅବରୋଧ ହଟି ନ ଥିବା ବେଳେ ରାସ୍ତାର ଦୁଇ ପାର୍ଶ୍ୱରେ ଅନେକ ଯାନବାହନ ଅଟକି ରହିଛି। ଥୁଆମୂଳ ରାମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ ହେଁ, କ୍ଷତିପୂରଣ ଏବଂ କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ଲୋକେ ଅଟଳ ରହିଛନ୍ତି। ପୋଲିସ ପରିସ୍ଥିତି ଉପରେ ନଜର ରଖିବା ସହ ଲୋକଙ୍କୁ ଶାନ୍ତ କରିବାକୁ ଚେଷ୍ଟା ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri