ଯୁବକଙ୍କୁ ଗୁଳିମାଡ କରି ଚମ୍ପଟ ମାରିଲେ ଦୁର୍ବୃତ୍ତ

ବାଲେଶ୍ୱର,୧୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ ନିମା ଗ୍ରାମର ଯୁବକଙ୍କୁ ଗୁଳିମାଡ। ଗୁଳିମାଡ଼ରେ ଆହତ ଯୁବକଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି l ଗୁଳିମାଡ଼ରେ ଆହତ ଯୁବକ ହେଲେ ବସ୍ତା ଥାନା ନିମା ଗ୍ରାମର ବଂଶୀଧର ଜେନାଙ୍କ ପୁଅ ସୁଧାଂଶୁ ଶେଖର ଜେନା(୨୬)। ଏ ସଂପର୍କରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ତେବେ ସୋମବାର ରାତି ୧୧ଟା ସମୟରେ ମୁକୁଳୁସି ଭିଣୋଇ ଘରୁ ସୁଧାଂଶୁ ଓ ତାଙ୍କ ସାନଭାଇ ବାଇକରେ ଘରକୁ ଫେରିବା ବାଟରେ ବସ୍ତା ଥାନା ଚକୁରାଇ ଠାରେ ବାଇକ ଯୋଗେ ତିନି ଜଣ ଦୁର୍ବୃତ୍ତ ଆସି ତାଙ୍କ ବାଇକକୁ ଅଟକାଇ ଥିଲେ। ସାଇଟ ମରାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା l ଦୁର୍ବୃତ୍ତମାନେ ତାଙ୍କ ବାଇକ ଚାବି କାଠି ଛଡ଼ାଇଥିଲେ। ସୁଧାଂଶୁ ପ୍ରତିବାଦ କରିବାରୁ ଦୃର୍ବୁତ୍ତମାନେ ତାଙ୍କ ଗୋଡକୁ ଗୁଳି ମାଡ କରି ଚମ୍ପଟ ମାରିଥିଲେ। ସାନ ଭାଇ ବାଇକରୁ ଓହ୍ଲାଇ ଅନ୍ଧାରରେ ଦୌଡ଼ି ପଳାଇ ଯାଇଥିଲେ। ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ଗୁଳିମାଡ କରିଥିବା ଦୁର୍ବୃତ୍ତଙ୍କୁ ଆହତ ଯୁବକ ଚିହ୍ନିଥିବା କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri