କ୍ରିକେଟ ଖେଳରେ ଛୁରାମାଡ଼, ଯୁବକଙ୍କ ଜୀବନଗଲା

ଚୌଦ୍ୱାର,୨ା୪(ଡି.ଏନ୍‌.ଏ.): ଝିମିଟି ଖେଳରୁ ମହାଭାରତ ପରି କ୍ରିକେଟ ଖେଳରୁ ଛୁରାମାଡ଼ ଓ ବ୍ୟାଟ୍‌ରେ ଆକ୍ରମଣ କରିବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ମହିଷାଲଣ୍ଡା ଖେଳପଡ଼ିଆରେ। ସେଠାରେ ଆୟୋଜିତ ଏକ କ୍ରିକେଟ ଟୁର୍ନାମେଣ୍ଟରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିଙ୍କୁ ନେଇ ବ୍ୟାଟ୍ସମ୍ୟାନ, ଅମ୍ପାୟାର ଓ ଦୁଇ ଟିମ୍‌ ମଧ୍ୟରେ ବଚସା ଠେଲାପେଲା ଭିତରେ ମୁନା ରାଉତ ବ୍ୟାଟ୍‌ରେ ଲକି ରାଉତଙ୍କ ମୁଣ୍ଡରେ ଶକ୍ତ ପ୍ରହାର ଦେଇଥିଲେ। ଫଳରେ ଲକି ତଳେ ପଡ଼ିଯିବାରୁ ମୁନା ଏକ ଛୁରି ଆଣି ଲକିଙ୍କ ପେଟକୁ ଭୁସି ଦେଇଥିଲେ। ସ୍ଥାନୀୟ ଲୋକେ ଲକିଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରିଥିବା ବେଳେ ସେଠାରେ ମୃତ ହୋଇଥିବା ଡାକ୍ତର ଘୋଷଣା କରିଛନ୍ତି। ତେବେ ଏନେଇ ଗ୍ରାମରେ ଉତ୍ତେଜନା ଲାଗି ରହିଛି। ମୁନାଙ୍କ ଭାଇ ଜଗା ରାଉତଙ୍କୁ ଗ୍ରାମବାସୀ ଏକ ଘରେ ପୂରାଇ ରଖିଥିବା ବେଳେ ପୋଲିସ ଜଗି ରହିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୫ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ପୁଣି ମହଙ୍ଗା ହେଲା ଚିନି ଦର, ଜାଣନ୍ତୁ ଏବେ କେତେ ରେଟ୍‌

ନୂଆଦିଲ୍ଲୀ, ୨୬।୮: ପର୍ବପର୍ବାଣୀ ଯେତିକି ପାଖେଇ ଆସୁଛି, ଚିନି ଦର ସେତିକି କମିବା ବଦଳରେ ବଢ଼ିବାରେ ଲାଗିଛି। ଚିନି ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ଚିନ୍ତା…

TMCରେ ବଡ଼ ହଲଚଲ: ୨୦ ଜଣ ବିଦ୍ରୋହୀ ସାଂସଦଙ୍କ ଅଡୁଆ ବଢ଼ିଲା! ୭ ଦିନରେ…

କୋଲକାତା,୨୬।୮: ବିଦ୍ରୋହୀ ସାଂସଦମାନଙ୍କ ଜବାବ ମିଳିବା ପରେ ଲୋକସଭା ବାଚସ୍ପତିଙ୍କୁ ଏକ ବଡ଼ ନିଷ୍ପତ୍ତି ନେବାକୁ ପଡ଼ିବ। ବିଦ୍ରୋହୀ ସାଂସଦମାନେ NCPIରେ ଯୋଗଦେବା ନିଷ୍ପତ୍ତିକୁ ସମ୍ବିଧାନର ଦଶମ…

ରାକ୍ଷୀରେ କୁମ୍ଭ ରାଶିରେ ଲାଗିବ ଚନ୍ଦ୍ର ଗ୍ରହଣ, ୨୮ ଅଗଷ୍ଟରୁ ୫ ରାଶିଙ୍କ ଖରାପ ଟାଇମ୍‌ ଆରମ୍ଭ, ଅଯଥା ଖର୍ଚ୍ଚାନ୍ତରେ ପଡିବେ…

ଏହି ଚନ୍ଦ୍ରଗ୍ରହଣ ଏକ ଆଂଶିକ ଗ୍ରହଣ ହେବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ ଅନେକ ରାଶିର ଲୋକଙ୍କ ଜୀବନରେ ପ୍ରଭାବ ପଡ଼ିବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ କେତେକ ରାଶିକୁ…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri